ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସ୍ପେଶାଲ ବିଚାରପତି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ ୩ ଟି ସ୍ଥାନରେ ଚଢ଼ାଉ କରିଥିଲା।

ଏହି ସମୟରେ ଭବାନୀପାଟଣା  ହିଲ ଟାଉନରେ ଥିବା  ୫୩ ଶହ ବର୍ଗଫୁଟର ବହୁତଳ କୋଠା ଯାହାର ମୂଲ୍ୟ ୧ କୋଟି ୩୬ ଲକ୍ଷ, ଭବାନୀପାଟଣା ସହର ମଧ୍ୟରେ ଦାମୀମୂଲ୍ୟର ୯ଟି ପ୍ଳଟ, ୪୭୦ ଗ୍ରାମ ସୁନା, ୩୫୦ ଗ୍ରାମ ରୁପା, ୪ ଟି ହାର୍ଭେଷ୍ଟର (ଧାନ କଟା ମେସିନ), ଗୋଟିଏ ଚାରିଚକିଆ ଗାଡି ମୂଲ୍ୟ (୧୨ ଲକ୍ଷ),ଗୋଟିଏ ଟିପର ଓ ହାଇୱା, ୪ଟି ବେନାମୀ ଟ୍ରାକ୍ଟର ଓ ବୁଲେରୋ ସମେତ,ବ୍ୟାଙ୍କ ପୋଷ୍ଟାଲ, ଜୀବନ ବୀମା ଜମା (ଯାହାର ମୂଲ୍ୟ ୩୪.୮ ଲକ୍ଷ) ଓ ତାଙ୍କ ପରିବାର ବର୍ଗଙ୍କ ଠାରୁ ୧୧.୧୫ ଲକ୍ଷ ଟଙ୍କା ନଗଦ ମିଳିଥିଲା।

ସେହିପରି ଭବାନୀପାଟଣା ସେଣ୍ଟ୍ରାଲ ବ୍ୟାଙ୍କରେ ତାଙ୍କ ନାମରେ ଏକ ଲକର ଖୋଲା ଯାଇଥିବା ଓ ଏହାକୁ ସେ ପରିଚାଳନା କରୁଥିବା ଭିଜିଲାନ୍ସ ବିଭାଗ ଜାଣି ପାରିଥିଲା। ତାଙ୍କ ଆୟରୁ ସେ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି ଠୁଳ କରିଥିବା ସହ  ଜବତ ପରିମାଣର ସମ୍ପତ୍ତି ପ୍ରାୟ ୪ କୋଟି ହେବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଘଟଣାକୁ ନେଇ କୋରାପୁଟ ଭିଜିଲାନ୍ସ ବିଭାଗରେ ଏକ ମାମଲା ନଂ(୨/୨୦୨୬)ରୁଜୁ ହୋଇଛି।
ସେହିପରି ସମ୍ପୃକ୍ତ ଫରେଷ୍ଟର ବେହେରାଙ୍କୁ ଗିରଫ କରି ଭିଜିଲାନ୍ସ ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ତେବେ ଜାମିନ ମଞ୍ଜୁର ନ ହେବାରୁ  ଫରେଷ୍ଟର ବେହେରାଙ୍କୁ ଜେଲ ଯିବାକୁ ପଡିଛି।

ଏ ନେଇ ଭବାନୀପାଟଣା ସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କୋରାପୁଟ ଡିଭିଜନର ଭିଜିଲାନ୍ସ ଏସପି ରବୀନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏହି ସମୟରେ ଭିଜିଲାନ୍ସ ଡିଏସପି ପ୍ରଦୀପ କୁମାର ଆଇନ୍ଦ, ସଦାନନ୍ଦ ପାଣି, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଏଠାରେ ପ୍ରକାଶ ଯେ ,ଗତ ୨୦୦୦ ମସିହା ଅଗଷ୍ଟ ମାସ ୨୦ ତାରିଖରେ ଫରେଷ୍ଟର ବେହେରା କଳାହାଣ୍ଡି ଉତ୍ତର ବନଖଣ୍ଡ ରେ ଫରେଷ୍ଟ ଗାର୍ଡ ଭାବେ ନିଯୁକ୍ତି ପାଇଥିଲେ। ସେହି ସମୟରେ ତାଙ୍କ ଦରମା ମାତ୍ର ୩ ହଜାର ରହିଥିଲା। ତେବେ ଚାକିରିର ୨୫ ବର୍ଷ ପରେ ଫରେଷ୍ଟର ବେହେରା ଏତେ ସମ୍ପତ୍ତି କେମିତି ଠୁଳ କଲେ ତାହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri