ଆଲିବାବା ଗ୍ରୁପ୍‌ର ମାଲିକ ଜ୍ୟାକ୍‌ ମା ନିଖୋଜ!

ବେଜିଂ,୪।୧: ଚାଇନା ଇ-କମର୍ସ କମ୍ପାନୀ ଆଲିବାବା ଏବଂ ଆଣ୍ଟ ଗ୍ରୁପର ମାଲିକ ଜ୍ୟାକ ମା ଗତ ଦୁଇ ମାସ ହେବ ନିଖୋଜ ଥିବା ସନ୍ଦେହ କରାଯାଉଛି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଟାର୍ଗେଟର ଶିକାର ହେବା ପରଠାରୁ ସେ କୌଣସି ସାର୍ବଜନିକ କାର୍ଯ୍ୟକ୍ରମରେ ହାଜର ହୋଇନାହାଁନ୍ତି। ଏହି ସମୟରେ ଜ୍ୟାକ ମା’ଙ୍କ ନିଖୋଜ ହେବା ପରେ ଅନେକ ସନ୍ଦେହ ମଧ୍ୟ ପ୍ରକାଶ ପାଇଛି। ଜ୍ୟାକ ମା ପ୍ରାୟତଃ ଚାଇନାର ସର୍ବସାଧାରଣ କାର୍ଯ୍ୟକ୍ରମରେ ବକ୍ତା ଭାବରେ ଉପସ୍ଥିତ ରୁହନ୍ତି। ତାଙ୍କର ପ୍ରେରଣାଦାୟକ ଭାଷଣ ପାଇଁ ଯୁବତୀଯୁବକମାନଙ୍କ ମଧ୍ୟରେ ଲୋକପ୍ରିୟ ଅଟନ୍ତି। ଗତ ବର୍ଷ ଅକ୍ଟୋବରରେ ସାଂଘାଇରେ ଏକ କାର୍ଯ୍ୟକ୍ରମରେ ଚାଇନାର ଆର୍ଥିକ ନିୟାମକ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ସେ ତୀବ୍ର ସମାଲୋଚନା କରିଥିଲେ। ଜ୍ୟାକ ମା ସରକାରଙ୍କୁ ଏହି ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇଥିଲେ। ଏହାସହ ସେ ଗ୍ଲୋବାଲ ବ୍ୟାଙ୍କିଙ୍ଗ ନିୟମକୁ ‘ବୃଦ୍ଧଲୋକଙ୍କ କ୍ଲବ’ ବୋଲି କହିଥିଲେ। ଏହି ଭାଷଣ ପରେ ଚାଇନା ଶାସକ କମ୍ୟୁନିଷ୍ଟ ପାର୍ଟି ଏହାକୁ ବିରୋଧ କରିଥିଲା। ଏହା ପରେ ଜ୍ୟାକ ମାଙ୍କର ବ୍ୟବସାୟ ବିରୋଧରେ ବିଭିନ୍ନ ଅନୁସନ୍ଧାନ ଆରମ୍ଭ ହୋଇଥିଲା। ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିର୍ଦ୍ଦେଶରେ ଚାଇନାର ଅଧିକାରୀମାନେ ଗତ ବର୍ଷ ନଭେମ୍ବରରେ ଜ୍ୟାକ ମାଙ୍କୁ ଏକ ଶକ୍ତ ଧକ୍କା ଦେଇ ତାଙ୍କ ଆଣ୍ଟ ଗ୍ରୁପ୍‌ର ୩୭ ବିଲିୟନ ଡଲାରର ଆଇପିଓକୁ ସ୍ଥଗିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri