କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ଓଏସ୍‌ଏସ୍‌ସି ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯିବା ସହ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଥିଲା।

ଭିଜିଲାନ୍ସ ଟିମ୍‌ ଜୁଲାଇ ୩୦ରେ ବିରଞ୍ଚିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ଚଢାଉ ବେଳେ ସାଢେ ୩ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ ହୋଇଥିଲା।