ସୁଇସ୍‌ ବ୍ୟାଙ୍କରେ କୋଟି କୋଟି ଟଙ୍କା ରଖିଛନ୍ତି ପାକିସ୍ତାନୀ ଜେନେରାଲ

ଇସଲାମାବାଦ,୨୨।୨: ଏକ ଅଗ୍ରଣୀ ସୁଇସ୍‌ ବ୍ୟାଙ୍କ୍‌ର ୬୦୦ ଆକାଉଣ୍ଟ ସହ ଜଡ଼ିତ କିଛି ତଥ୍ୟ ଲିକ୍‌ ହୋଇଯାଇଛି। ସେହି ସମସ୍ତ ଆକାଉଣ୍ଟ ୧୪୦୦ ପାକିସ୍ତାନ ନାଗରିକଙ୍କର ବୋଲି ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। କ୍ରେଡିଟ୍‌ ସୁଇଜରୁ ଲିକ୍‌ ହୋଇଥିବା ତଥ୍ୟ ଅନୁଯାୟୀ, ଆକାଉଣ୍ଟ ଧାରୀଙ୍କ ମଧ୍ୟରେ କିଛି ରାଜନେତା, ସେନା ଅଧିକାରୀ, ପୂର୍ବତନ ଆଇଏସ୍‌ଆଇ ମୁଖ୍ୟ ଜେନେରାଲ ଅଖତର ଆବଦୁର ରେହମାନ ଖାନଙ୍କ ନାମ ରହିଛି।

ଦି ନ୍ୟୁୟର୍କ ଟାଇମ୍ସରେ ପ୍ରକାଶ ପାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି, ରେହମାନ ଖାନ କୋଟି କୋଟି ଟଙ୍କା ଓ ଅନ୍ୟାନ୍ୟ ଜରିଆରେ ଆମେରିକା ଏବଂ ଅନ୍ୟ ଦେଶରୁ ଆଫଗାନିସ୍ତାନରେ ସକ୍ରିୟ ଥିବା ମୁଜାହିଦିନକୁ ପଠାଇଥିଲେ। ସୋଭିଏଟ୍‌ ୟୁନିଅନ ବିରୋଧରେ ଲଢ଼େଇ ପାଇଁ ସେ ଏହି ଟଙ୍କା ଯୋଗାଉଥିଲେ।

ଆଫଗାନିସ୍ତାନରେ ରୁଷିଆର ଉପସ୍ଥିତିକୁ ବିରୋଧ କରିବା ପାଇଁ ସୌଦି ଆରବ ଓ ଆମେରିକା ମୁଜାହିଦିନ ଫାଇଟରଙ୍କୁ ଟଙ୍କା ଯୋଗାଉଥିଲେ। ଏହି ପ୍ରକ୍ରିୟାରେ ପାକିସ୍ତାନର ଇଣ୍ଟର ସର୍ଭିସ ଇଣ୍ଟେଲିଜେନ୍ସ ଗ୍ରୁପ୍‌ (ଆଇଏସ୍‌ଆଇ) ମଧ୍ୟ ଜଡ଼ିତ ଥିଲା। ସେତେବେଳେ ଆଇଏସ୍‌ଆଇର ଦାୟିତ୍ୱରେ ଥିଲେ ଅଖତର।

ପାକିସ୍ତାନୀ ନାଗରିକଙ୍କ ଆକାଉଣ୍ଟରେ ହାରାହାରି ସର୍ବାଧିକ ୪.୪୨ ନିୟୁତ ସୁଇସ୍‌ ଫ୍ରାଙ୍କ ରହିଛି ବୋଲି ଅନ୍ତର୍ଜାତୀୟ ଖବର କାଗଜରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri