ବିଲ୍‌ ଉଠିଛି, ଶ୍ରମିକ ପାଇନାହାନ୍ତି

ଲାଞ୍ଜିଗଡ଼,୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଳି ପଞ୍ଚାୟତ ଅନ୍ତର୍ଗତ ଘାଟିକୁଣ୍ଡରୁ ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ମହାଦୁର୍ନୀତି ଏବଂ ମାସ ମାସ ଧରି ଶ୍ରମିକଙ୍କୁ ପାରିଶ୍ରମିକ ରାଶି ମିଳୁ ନ ଥିବା ଅଭିଯୋଗ ହୋଇଛି I କେନ୍ଦ୍ର ସରକାର ଗରିବ ଲୋକଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବା ପାଇଁଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକାରୀ କରିଛନ୍ତି ସତ ହେଲେ ଯୋଜନା ଠିକ ଭାବେ ପରିଚାଳନା ହେଉ ନ ଥିବା କୁହାଯାଉଛି। ଶ୍ରମିକମାନେ କାମକରି ମଧ୍ୟ ସେମାନଙ୍କ ପାରିଶ୍ରମିକ ପାଇ ପାରୁନାହାନ୍ତି। ଏହି ଗାଁରେ ୨୦୧୮/୧୯ ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ ମୁଖ୍ୟ ରାସ୍ତାଠାରୁ ଗାଁକୁ ମାଟି ରାସ୍ତା ପାଇଁ ୩ ଲକ୍ଷ ଟଙ୍କା ଅଟକଳ ହୋଇଥିଲା। ବର୍ତ୍ତମାନ କାମ ବନ୍ଦ ହେବା ସହ ରାସ୍ତା କାମ ମଧ୍ୟ ଅଧାପନ୍ତରିଆ ହୋଇ ରହିଛି। ହେଲେ କାମ ବନ୍ଦ ଥିବା ସତ୍ତ୍ୱେ ମଧ୍ୟ କାମ ନ କରିଥିବା ୪୦ ଜଣଙ୍କ ବ୍ୟାଙ୍କ ଖାତାରେ ଅର୍ଥରାଶି ଜମା କରି ୨ ଲକ୍ଷ ୩୦ ହଜାର ଅର୍ଥ ରାଶି ହଡପ କରୁଥିବା ଅଭିଯୋଗ ହେଉଛି। ଯେଉଁ ଶ୍ରମିକ କାମ କରିଛନ୍ତି ସେମାନଙ୍କ ବ୍ୟାଙ୍କ ଖାତାରେ ଅର୍ଥ ରାଶି ଜମା ହେଉ ନ ଥିବା ଚର୍ଚ୍ଚା ହେଉଛି। ଏହି ରାସ୍ତା କାମରେ ଗାଁର ଅନେକ ଶ୍ରମିକ ନିୟୋଜିତ ହୋଇ କାମ କରିଛନ୍ତି। ହେଲେ ମାସ ମାସ ଧରି ଶ୍ରମିକମାନେ ପାରିଶ୍ରମିକ ପାଇନାହଁାନ୍ତି। ଅନ୍ୟ ପଟେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ନିୟମ ଅନୁଯାୟୀ ଶ୍ରମିକ ପରିଶ୍ରମ ଅର୍ଥ ୧୫ ଦିନ ଭିତରେ ବ୍ୟାଙ୍କ ଖାତାରେ ଜମା ହେବା ବ୍ୟବସ୍ଥା ରହିଛି। କିନ୍ତୁ ମାସ ମାସ ଧରି ଶ୍ରମିକ ସେମାନଙ୍କ ପାରିଶ୍ରମିକ ଅର୍ଥ ପାଇ ନାହାନ୍ତି। ପ୍ରଶାସନ ଆନ୍ତରିକତା ଅଭାବ ଯୋଗୁ ମନରେଗାରେ ଠିକ ସମୟରେ ପାରିଶ୍ରମିକ ନ ମିଳିବା, ଯୋଜନା ନାଁରେ ରଫା ଦଫା କରି ଅର୍ଥ ହଡପ କରାଯାଉଛି ବୋଲି ଅଞ୍ଚଳବାସୀ କହିଛନ୍ତି। ତେବେ ଶ୍ରମିକଙ୍କୁ କେମିତି ପାରିଶ୍ରମିକ ଅର୍ଥରାଶି ମିଳିବ ଏଥି ପ୍ରତି ଜିଲାପାଳ ତୁରନ୍ତ ଦୃଷ୍ଟି ଦେବାକୁ ବ୍ରିଟିଶ କୁମାର, ସାନ ମାଝୀ, ଶ୍ରାବୁଣୁ ମାଝୀ, ରାମତୁ ମାଝୀ, ନର୍ସିଂ ମାଝୀଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି। ଏ ବିଷୟରେ ବ୍ଲକ ଏପିଓ ସଞ୍ଜୀତ ପରିଡାଙ୍କୁ ପଚାରିବାରୁ ସେ କହିଲେ, ଏ ବିଷୟରେ ମୁଁ କିଛି ଜାଣିନାହିଁ, କିନ୍ତୁ ସେ ପ୍ରୋଜେକ୍ଟ ବନ୍ଦ ହୋଇନାହିଁ। ଅନ୍‌ଲାଇନରେ ଚେକ୍‌ କଲେ ତାହାର ଡିଟେଲ ମିଳିବ। ମୁଁ ମେଡିକାଲ କାମରେ ଛୁଟିରେ ଥିବା ହେତୁ ତାହା ଦେଖିବା ସମ୍ଭବ ନୁହଁ। ତେଣୁ ମୁଁ ଅଫିସ ଗଲେ ଡିଟେଲ ଚେକ୍‌ କରି କହିପାରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri