Posted inଜାତୀୟ

ବିଲାଓ୍ବଲ ଆତଙ୍କ ଶିଳ୍ପର ମୁଖପାତ୍ର: ଜୟଶଙ୍କର

ପାଣଜୀ, ୬ା୫: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଆତଙ୍କ ଶିଳ୍ପର ମୁଖପାତ୍ର ବୋଲି ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଆତଙ୍କ ଭିଆଉଥିବା ଅପରାଧୀ ଓ ପୀଡ଼ିତ କେବେ ହେଲେ ଆତଙ୍କବାଦ ରୋକିବା ନେଇ କରାଯାଉଥିବା ଆଲୋଚନାରେ ଏକାଠି ବସି ଭାଗ ନେଇପାରିବେ ନାହିଁ। ଗୋଆରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ)ରେ ଚାଲିଥିବା ବହିର୍ବ୍ୟାପାର ମନ୍ତ୍ରୀଙ୍କ ବୈଠକ ସରିବା ପରେ ଖବରଦାତାଙ୍କୁ ପ୍ରତିକ୍ରିୟା ଦେଇ ଜୟଶଙ୍କର କହିଛନ୍ତି, ଏସ୍‌ସିଓ ସଦସ୍ୟ ରାଷ୍ଟ୍ର ଭାବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ବୈଠକରେ ସାମିଲ ହୋଇଛନ୍ତି। ତାଙ୍କଠାରୁ ଆମେ ଅଧିକ କିଛି ଆଶା କରୁ ନାହୁଁ। ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ଋଣ ପାଇଁ ଏବେ ଅନ୍ୟ ପାଖରେ ହାତ ପତାଇବାକୁ ବାଧ୍ୟ ହୋଇଛି। ବୈଠକ ଅବସରରେ ଦୁଇ ମନ୍ତ୍ରୀଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ଆଲୋଚନା ହୋଇ ନାହିଁ। ଅନ୍ୟପକ୍ଷେ ଆତଙ୍କବାଦ କାର୍ଯ୍ୟକଳାପ ପାଇଁ ଯୋଗାଇ ଦିଆଯାଉଥିବା ଫଣ୍ଡିଂ ଚ୍ୟାନେଲ୍‌କୁ ଜବତ କରିବାକୁ ପଡ଼ିବ ବୋଲି ବୈଠକ ଜୟଶଙ୍କର କହିଛନ୍ତି। ଏସ୍‌ସିଓ ବୈଠକରେ ଯୋଗଦେବାଲାଗି ଆସିଥିବା ପାକ୍‌ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲଙ୍କୁ ଜୟଶଙ୍କର ସ୍ବାଗତ କରିଥିଲେ। ବୈଠକରେ ଯୋଗ ଦେବା ଅବସରରେ ବିଲାଓ୍ବଲ କହିଛନ୍ତି, ଆତଙ୍କବାଦ ବୈଶ୍ୱିକ ସୁରକ୍ଷା ପାଇଁ ବିପଦ। ପ୍ରତ୍ୟେକ ଲୋକଙ୍କ ସୁରକ୍ଷା ପାଇଁ ସବୁ ଦେଶ ଏକାଠି ଆତଙ୍କବାଦ ବିରୋଧରେ କାର୍ଯ୍ୟ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?