ଚର୍ଚ୍ଚାରେ ବିନାୟକ ରେସିଡେଣ୍ଟ କଲେଜ:ଅବହେଳା ପାଇଁ ୨୦୧୯ରେ ଜେଲ ଯାଇଥିଲେ ଅଧ୍ୟକ୍ଷ

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟସ୍ଥ ବିନାୟକ ରେସିଡେଣ୍ଟ କଲେଜରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛି। ଗତ ରବିବାର ରାତିରେ ଏଠାକାର ଜଣେ ଯୁକ୍ତ ୨ ଦ୍ୱିତୀୟ ବର୍ଷ (କଳା) ବିଭାଗର ଛାତ୍ର ଅଙ୍କେଶ ବାଗଙ୍କୁ ରାଗିଂ କରି ସହପାଠୀମାନେ ୩ମହଲା କୋଠାରୁ ଠେଲିଦେଇଥିବା ଅଭିଯୋଗ ହୋଇଥିଲା। ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଆହତ ଛାତ୍ର ଅଙ୍କେଶଙ୍କ କହିବା ଅନୁଯାୟୀ ସହପାଠୀମାନେ ବିଭିନ୍ନ ସମୟରେ ରାଗିଂ କରି ମାଡ଼ ମାରନ୍ତି। ରବିବାର ରାତିରେ ୯ଜଣ ଛାତ୍ର କ୍ଲାସ୍‌ରେ ମାଡ଼ ମାରି ତିନିମହଲା କୋଠାରୁ ଠେଲି ଦେଇଥିଲେ। ରାଗିଂର କିଛି ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରିବୁଲୁଛି। କଲେଜର ଆଣ୍ଟି ରାଗିଂ ସେଲ୍‌ ଏହି ଘଟଣାର ତଦନ୍ତ କରୁଛି ବୋଲି ଅଧ୍ୟକ୍ଷ ନଳିନୀକାନ୍ତ ଦାଶ ସଫେଇ ଦେଉଥିବାବେଳେ ଏହି ସେଲ୍‌ ଅଭିଯୋଗ ଆସିଥିବା ଛାତ୍ରଙ୍କ ଉପରେ କି କାର୍ଯ୍ୟାନୁଷ୍ଠାନ ନେଉଛି ତାହା ଦେଖିବାକୁ ବାକି ରହିଛି। କେବଳ ଏହି ଘଟଣା ନୁହେଁ, ୨୦୧୯ ଅକ୍ଟୋବରରେ ଆଉ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ଏହି କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷ (ବିଜ୍ଞାନ)ରେ ପଢ଼ୁଥିବା ଶାଶ୍ୱତ ମୁଣ୍ଡ ନାମକ ଜଣେ ଛାତ୍ରଙ୍କ ସ୍ଥାନୀୟ ଜଳେଶ୍ୱର ମନ୍ଦିର ନାଳରେ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲା। ହଷ୍ଟେଲରେ ରହି ପାଠ ପଢ଼ୁଥିବା ଛାତ୍ରଙ୍କୁ ଅପରାହ୍ନରେ ଗାଧୋଇବା ପାଇଁ ବାହାରକୁ ଯିବାକୁ କଲେଜ କର୍ତ୍ତୃପକ୍ଷ କିପରି ଅନୁମତି ଦେଲେ ବୋଲି ସେତେବେଳେ ପ୍ରଶ୍ନ ଉଠିଥିଲା। ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ମୃତକଙ୍କ ପରିବାର ସେତେବେଳେ ଅଭିଯୋଗ ଆଣିଥିଲେ। ଏନେଇ ପରିବାରବର୍ଗଙ୍କ ପକ୍ଷରୁ ଭବାନୀପାଟଣା ଟାଉନ ଥାନାରେ ଏକ ହତ୍ୟା ଅଭିଯୋଗ କରାଯାଇଥିଲା। ପୋଲିସ ମୃତ ଶାଶ୍ୱତଙ୍କ ସହପାଠୀଙ୍କୁ ଜେରା କରିବା ସହ କର୍ତ୍ତବ୍ୟରେ ଅବହେଳା ଯୋଗୁ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ତତ୍‌କାଳୀନ ଅଧ୍ୟକ୍ଷ ତ୍ରିଲୋଚନ ମହାପାତ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଜାମି ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। କଲେଜ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦାୟିତ୍ୱହୀନତା କାର୍ଯ୍ୟ ଯୋଗୁ ବିଭିନ୍ନ ସମୟରେ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସୁଛି। ଆଡ୍‌ମିଶନ ସମୟରେ କଲେଜ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କଠାରୁ ମୋଟା ଅଙ୍କର ଟଙ୍କା ନେଉଥିବାବେଳେ ସୁରକ୍ଷା ଦେବା କ୍ଷେତ୍ରରେ କିନ୍ତୁ ଫେଲ ମାରିଛନ୍ତି, ଯାହା ଉପରୋକ୍ତ ଦୁଇ ଘଟଣାରୁ ପ୍ରମାଣିତ ହୋଇଛି। ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। କଲେଜରେ ବିଭିନ୍ନ ସମୟରେ ଘଟୁଥିବା ଏଭଳି ଅଘଟଣ ପାଇଁ ଅଧ୍ୟକ୍ଷ ନଳିନୀ କାନ୍ତ ଦାସଙ୍କୁ ପଚରାଯିବାରେ ରାଗିଂ ଘଟଣାରେ ତଦନ୍ତ ଚାଲିଛି। ଏଥିରେ ଯିଏବି ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ପିଲାଙ୍କ ସୁରକ୍ଷା ପାଇଁ ଧ୍ୟାନ ଦିଆଯାଉଛି। ତେବେ ୨୦୧୯ ମସିହାରେ ଘଟିଥିବା ଘଟଣା ବିଷୟରେ ସେ କିଛି କହିପାରିବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?