Posted inଖେଳ

ପାରାଲିମ୍ପିକ୍ସରେ ପଦକ ହରାଇଲେ ବିନୋଦ…

ଟୋକିଓ,୩୦।୮: ଟୋକିଓ ପାରାଲିମ୍ପିକ୍ସର ଡିସକସ୍‌ ଥ୍ରୋରେ ବ୍ରୋଞ୍ଜ୍‌ ପଦକ ବିଜେତା ହୋଇଥିବା ଭାରତର ବିନୋଦ କୁମାରଙ୍କୁ ଆଉ ପଦକ ମିଳିବ ନାହିଁ। ତାଙ୍କୁ ଯୋଗ୍ୟତା ବର୍ଗ ଅନୁସାରେ ଅଯୋଗ୍ୟ ଘୋଷିତ କରାଯାଇଛି। ବିନୋଦ ଏଫ୍‌-୫୨ ପୁରୁଷ ବର୍ଗରେ ପଦକ ହାସଲ କରିଥିଲେ। ମାତ୍ର ସେ ଏହି ବର୍ଗର ନୁହନ୍ତି ବୋଲି ସାଥି ଖେଳାଳିଙ୍କ ଅଭିଯୋଗ ପରେ କମ୍ପିଟେଶନ ପ୍ୟାନେଲ ପକ୍ଷରୁ ଯାଞ୍ଚ୍‌ କରାଯାଇ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ରବିବାର ୪୧ ବର୍ଷ ବୟସ୍କ ବିନୋଦ ୧୯.୯୧ ମିଟର ଡିସକସ୍‌ ଥ୍ରୋ କରି ତୃତୀୟ ସ୍ଥାନ ହାସଲ କରିଥିଲେ। ଏହି ପ୍ରତିଯୋଗିତାରେ ପୋଲାଣ୍ଡର ପିଓଟ୍ରୋ କୋସିଓ୍ବିଜ୍‌ ୨୦,୦୨ ମିଟର ଏବଂ କ୍ରୋଏସିଆର ଭେଲିମିର୍‌ ସାଣ୍ଡୋର ୧୯.୯୮ ମିଟର ଡିସକସ୍‌ ଥ୍ରୋ କରି ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଥିଲେ। ବିନୋଦଙ୍କୁ କ୍ଲାସିଫିକେଶନ ନଟ୍‌ କମ୍ପ୍ଲିଟେଡ୍‌(ସିଏନ୍‌ସି) ଅର୍ନ୍ତଗତ ଅଯୋଗ୍ୟ ଘୋଷିତ କରାଯାଇଥିବା ନେଇ ଆୟୋଜକଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri