ବିନୋଦିନୀ ଦେବୀ ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ’

ଭୁବନେଶ୍ୱର,୩।୯ (ବ୍ୟୁରୋ): ଆସନ୍ତା ୫ ତାରିଖରୁ ୨୭ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ-୨୦୨୧ ଆରମ୍ଭ ହେବ। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଉତ୍ସବ ଲାଗି ଚଳିତ ବର୍ଷ ପୁରସ୍କାର ଘୋଷଣା ହୋଇଛି। ଜୀବନବ୍ୟାପୀ ସାଧନା ପାଇଁ ବରିଷ୍ଠ ମଞ୍ଚ ଅଭିନେତ୍ରୀ ବିନୋଦିନୀ ଦେବୀଙ୍କୁ ‘ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ’ ପ୍ରଦାନ କରାଯିବ। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା, ଉତ୍ତରୀୟ ଓ ସ୍ମୃତି ଫଳକ ପଦାନ କରାଯିବ। ସେହିପରି ଓଡ଼ିଶୀ ନୃତ୍ୟ ଶିଳ୍ପୀ ଆରୁଷୀ ମୁଦ୍‌ଗଲ୍‌ ଏବଂ ଓଡ଼ିଶୀ ମର୍ଦ୍ଦଳ ଶିଳ୍ପୀ ରାମଚନ୍ଦ୍ର ବେହେରାଙ୍କୁ ସେମାନଙ୍କ ସାଧନାର ସ୍ବୀକୃତି ସ୍ବରୂପ ‘ଗୁରୁ କେଳୁଚରଣ ଯୁବ ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯିବ। ଦୁହିଁଙ୍କୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ପ୍ରଦାନ କରାଯିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ସେମାନଙ୍କୁ ସମ୍ମାନିତ କରିବେ। ସେହିପରି ଅଭିନେତ୍ରୀ ହେମା ମାଳିନୀ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ଏନେଇ ଗୁରୁବାର ‘ସୃଜନ’ର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
କରୋନା ପାଇଁ ଚଳିତବର୍ଷ ଭର୍ଚୁଆଲରେ ଏହି ଉତ୍ସବ ଅନୁଷ୍ଠିତ ହେବ। ଦର୍ଶକ ଓ ଶ୍ରୋତାମଣ୍ଡଳୀ ଡିଜିଟାଲ ମାଧ୍ୟମ ଯଥା ‘ସୃଜନ’ର ଫେସ୍‌ବୁକ୍‌ ଏବଂ ୟୁଟ୍ୟୁବ୍‌ ମାଧ୍ୟମରେ ପ୍ରତି ସନ୍ଧ୍ୟା ସାଢ଼େ ୭ଟାରେ ଉତ୍ସବକୁ ଉପଭୋଗ କରିପାରିବେ। ଏହି ଉତ୍ସବକୁ ଗୁରୁମା ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ସ୍ମୃତିରେ ଉତ୍ସର୍ଗ କରାଯାଇଛି। ସାଂସ୍କୃତିକ କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ଶର୍ମିଳା ମୁଖାର୍ଜୀଙ୍କ ଓଡ଼ିଶୀ, ସଙ୍ଗୀତା ଶଙ୍କରଙ୍କ ବେହେଲା, ଦ୍ବିତୀୟ ସନ୍ଧ୍ୟାରେ ଅନିତା ମଲ୍ଲିକଙ୍କ ଭାରତନାଟ୍ୟମ୍‌, ରୂପକ କୁମାର ପରିଡ଼ାଙ୍କ ଓଡ଼ିଶୀ ସଙ୍ଗୀତ, ତୃତୀୟ ସନ୍ଧ୍ୟାରେ ଅନ୍ବେଶା ମହାନ୍ତଙ୍କ ସତ୍ରୀୟା, ମଞ୍ଜୁଶା ପାଟିଲଙ୍କ ହିନ୍ଦୁସ୍ଥାନୀ ସଙ୍ଗୀତ, ଚତୁର୍ଥ ସନ୍ଧ୍ୟାରେ ନିକିତା ବନୱାଲିକରଙ୍କ କଥକ ଓ ଅଭିରାମ ନନ୍ଦଙ୍କ ବଂଶୀ ବାଦନ, ପଞ୍ଚମ ତଥା ଉଦ୍‌ଯାପନୀ ସନ୍ଧ୍ୟାରେ ପୁରସ୍କାର ସହ ‘ସୃଜନ’ର କଳାକାରଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ କରାଯିବ। କାର୍ଯ୍ୟକ୍ରମର ନିର୍ଦ୍ଦେଶନା ଓ ପରିଚାଳନା ଗୁରୁ ମହାପାତ୍ର କରୁଥିବାବେଳେ ଏଥିରେ ତାଙ୍କୁ ଦେବୀପସାଦ ମିଶ୍ର ସହଯୋଗ କରିବେ। କାର୍ଯ୍ୟକ୍ରମର ମିଡିଆ ପାର୍ଟନର ଭାବେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri