Posted inଖେଳ

ବାୟୋ-ବବଲ ମୁକ୍ତ ହୋଇପାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ

ନୂଆଦିଲ୍ଲୀ, ୨୫ା୪: କ୍ରିକେଟରମାନଙ୍କ ମାନସିକ ଅବସ୍ଥାର ହିତ ଦୃଷ୍ଟିରୁ ଆସନ୍ତା ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ବାୟୋ-ବବଲ ରହି ନ ପାରେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଏହି ସୂଚନା ଦିଆଯାଇଛି। କୋଭିଡ ମହାମାରୀ ଯୋଗୁ ବର୍ତ୍ତମାନ ଦେଶ ହେଉ ଅବା ବିଦେଶରେ ଆୟୋଜିତ ପ୍ରାୟ ସମସ୍ତ ସିରିଜରେ କ୍ରିକେଟରମାନେ କଠୋର ବାୟୋ-ବବଲ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଜୁନ୍‌ ୯ରୁ ୧୯ ମଧ୍ୟରେ ଟି୨୦ ସିରିଜ ୫ଟି ଭେନ୍ୟୁ ଯଥା ଦିଲ୍ଲୀ, କଟକ, ଭାଇଜାଗ୍‌, ରାଜକୋଟ୍‌, ବେଙ୍ଗାଲୁରୁରେ ଖେଳାଯିବ। ଖେଳାଳିମାନଙ୍କ ସୁରକ୍ଷା ଦୃଷ୍ଟିରୁ ବାୟୋ-ବବଲରେ ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମେ’ ୨୯ରେ ଶେଷ ହେଉଛି। ଲିଗ୍‌ ଶେଷ ହେବାପରେ ଖେଳାଳିମାନେ ଗୋଟିଏ ବାୟୋ-ବବଲରୁ ଅନ୍ୟ ଏକ ବାୟୋ-ବବଲରେ ଆବଦ୍ଧ ହୋଇ ରୁହନ୍ତୁ ବୋଲି ବିସିସିଆଇ ଚାହୁନାହିଁ। ବର୍ତ୍ତମାନ ଭଳି କୋଭିଡ୍‌ ଯଦି ନିୟନ୍ତ୍ରଣରେ ରୁହେ ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ସିରିଜରେ କଠୋର କ୍ୱାରାଣ୍ଟାଇନ କିମ୍ବା ବାୟୋ-ବବଲ ରହିବ ନାହିଁ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ପରେ ଆମେ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଯିବୁ ଏହି ଦେଶଗୁଡ଼ିକରେ ବର୍ତ୍ତମାନ ବାୟୋ-ବବଲକୁ ବାଦ୍‌ ଦିଆଯାଇଛି। ଦୀର୍ଘ ଦିନ ଧରି ବାୟୋ-ବବଲରେ ସୀମିତ ଅଞ୍ଚଳ ମଧ୍ୟରେ ଆବଦ୍ଧ ରହିବା ଦ୍ୱାରା ଏହା ଖେଳାଳିମାନଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଉଛି। ଏ ବିଷୟରେ ବୋର୍ଡ ସଚେତନ ବୋଲି ବରିଷ୍ଠ ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri