Posted inଖେଳ

ବାୟୋ-ବବଲ ମୁକ୍ତ ହୋଇପାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ

ନୂଆଦିଲ୍ଲୀ, ୨୫ା୪: କ୍ରିକେଟରମାନଙ୍କ ମାନସିକ ଅବସ୍ଥାର ହିତ ଦୃଷ୍ଟିରୁ ଆସନ୍ତା ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ବାୟୋ-ବବଲ ରହି ନ ପାରେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଏହି ସୂଚନା ଦିଆଯାଇଛି। କୋଭିଡ ମହାମାରୀ ଯୋଗୁ ବର୍ତ୍ତମାନ ଦେଶ ହେଉ ଅବା ବିଦେଶରେ ଆୟୋଜିତ ପ୍ରାୟ ସମସ୍ତ ସିରିଜରେ କ୍ରିକେଟରମାନେ କଠୋର ବାୟୋ-ବବଲ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଜୁନ୍‌ ୯ରୁ ୧୯ ମଧ୍ୟରେ ଟି୨୦ ସିରିଜ ୫ଟି ଭେନ୍ୟୁ ଯଥା ଦିଲ୍ଲୀ, କଟକ, ଭାଇଜାଗ୍‌, ରାଜକୋଟ୍‌, ବେଙ୍ଗାଲୁରୁରେ ଖେଳାଯିବ। ଖେଳାଳିମାନଙ୍କ ସୁରକ୍ଷା ଦୃଷ୍ଟିରୁ ବାୟୋ-ବବଲରେ ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମେ’ ୨୯ରେ ଶେଷ ହେଉଛି। ଲିଗ୍‌ ଶେଷ ହେବାପରେ ଖେଳାଳିମାନେ ଗୋଟିଏ ବାୟୋ-ବବଲରୁ ଅନ୍ୟ ଏକ ବାୟୋ-ବବଲରେ ଆବଦ୍ଧ ହୋଇ ରୁହନ୍ତୁ ବୋଲି ବିସିସିଆଇ ଚାହୁନାହିଁ। ବର୍ତ୍ତମାନ ଭଳି କୋଭିଡ୍‌ ଯଦି ନିୟନ୍ତ୍ରଣରେ ରୁହେ ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ସିରିଜରେ କଠୋର କ୍ୱାରାଣ୍ଟାଇନ କିମ୍ବା ବାୟୋ-ବବଲ ରହିବ ନାହିଁ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ପରେ ଆମେ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଯିବୁ ଏହି ଦେଶଗୁଡ଼ିକରେ ବର୍ତ୍ତମାନ ବାୟୋ-ବବଲକୁ ବାଦ୍‌ ଦିଆଯାଇଛି। ଦୀର୍ଘ ଦିନ ଧରି ବାୟୋ-ବବଲରେ ସୀମିତ ଅଞ୍ଚଳ ମଧ୍ୟରେ ଆବଦ୍ଧ ରହିବା ଦ୍ୱାରା ଏହା ଖେଳାଳିମାନଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଉଛି। ଏ ବିଷୟରେ ବୋର୍ଡ ସଚେତନ ବୋଲି ବରିଷ୍ଠ ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri