ହସ୍ପିଟାଲରେ ଲାଗିବ ବାୟୋମେଟ୍ରିକ ମେଶିନ

ଭୁବନେଶ୍ୱର, ୩।୩(ବ୍ୟୁରୋ):ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏବେ ହସ୍ପିଟାଲରେ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ୨୦୨୩-୨୪ ଆର୍ଥତ୍କ ବର୍ଷରୁ ଏହା ଲାଗୁ ହୋଇଯିବ ବୋଲି ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ଡା. ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଡାକ୍ତର, ନର୍ସ ଏବଂ ଅନ୍ୟ କର୍ମଚାରୀଙ୍କ ଦୈନନ୍ଦିନ ଉପସ୍ଥିତି(ଆଟେଣ୍ଡାନ୍ସ) ଜାଣିବା ପାଇଁ ବାୟୋମେଟ୍ରିକ ସିଷ୍ଟମ ଲାଗୁ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ମେଡିକାଲ କଲେଜରେ ସ୍ଥାପନ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ସ୍ଥାପନ କରାଯିବ ବୋଲି ଶାଳିନୀ ପଣ୍ଡିତ କହିଛନ୍ତି।