ନିର୍ମାଣ ହେବ ସରୋଜ ଖାଁଙ୍କ ବାୟୋପିକ

ମୁମ୍ବାଇ,୪ ।୭: ବଲିଉଡ୍‌ର ବେଶ ନାଁ କରା କୋରିଓଗ୍ରାଫର ସରୋଜ ଖାଁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଶନିବାର ପାଳନ କରାଯାଇଛି । ଏହି ଅବସରରେ ଆଗାମୀ ଦିନରେ ସରୋଜଙ୍କ ଜବନିକୁ ନେଇ ଏକ ବାୟୋପିକ୍ ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି । ସରୋଜ ଦେଶର ପ୍ରଥମ ମହିଳା କୋରିଓଗ୍ରାଫର ଭାବେ ବେଶ୍ ଜଣାଶୁଣା । ତେବେ କିଏ ଓ କେବେ ଏହି ବାୟୋପିକ୍ ନିର୍ମାଣ କରିବେ ତାହା ସ୍ପଷ୍ଟ ହୋଇ ନାହିଁ । ସରୋଜଙ୍କ ଝିଅ ସୁକୌନା ଖାଁ କହିଛନ୍ତି, ମୋ ମାଆଙ୍କୁ ବଲିଉଡ ଇଣ୍ଡଷ୍ଟ୍ରି ସମ୍ପୂର୍ଣ୍ଣ ସ୍ନେହ ଓ ସମ୍ମାନ ଦେଉଥିଲା । ହେଲେ ଆମେ ତାଙ୍କ ସଂଘର୍ଷକୁ ଅତି ନିକଟରୁ ଦେଖିଛୁ । ଏହି ବାୟୋପିକ୍ ମାଧ୍ୟରେ ଆମ ପାଇଁ ତାଙ୍କର ଥିବା ଭଲପାଇବା, ନୃତ୍ୟ ପାଇଁ ତାଙ୍କର ଆକର୍ଷଣ, ଅଭିନେତାଙ୍କ ପ୍ରତି ଥିବା ସ୍ନେହ ଓ ନିଜ ପେଶାକୁ ଦେଉଥିବା ସମ୍ମାନ ସହଜରେ ବାରିହୋଇ ପଡିବ । ଏବେ ସରୋଜଙ୍କ ପୁଅ ରାଜୁ ଖାଁ ବି ଜଣେ କୋରିଓଗ୍ରାଫର । ସୂଚନାଯୋଗ୍ୟ ଗତବର୍ଷ ୭୧ ବର୍ଷ ବୟସରେ ସରୋଜଙ୍କର ହୃଦଘାତରେ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri