ଭଞ୍ଜନଗର ଏନଏସି ପକ୍ଷରୁ ଫୁଟବଲ ଟୁର୍ନାମେଣ୍ଟ: କେ ଏସୟୁବି କଲେଜକୁ ହରାଇ ବିପଦର ବନ୍ଧୁ ଚାମ୍ପିୟନ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସି ଆସନ୍ତା ୩୧ ତାରିଖରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳନ କରିବ । ଚଳିତ ବର୍ଷ ଏନଏସି ପକ୍ଷରୁ ବଡ ଧରଣର ଉତ୍ସବ ଆୟୋଜନ କରାଯାଇଛି । ତେଣୁ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ପ୍ରତିଯୋଗୀତା ଚାଲିଛି। ସେହିଭଳି ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଫୁଟବଲ ଟର୍ନାମେଣ୍ଟ ସ୍ଥାନୀୟ ଜେଲ ପଡ଼ିଆରେ ଚାଲିଥିଲା। ସୋମବାର ଫାଇନାଲ ମ୍ୟାଚ ହୋଇଥିଲା।
ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟାପକ,କର୍ମଚାରୀ ସଂଘ ଏବଂ ବିପଦର ବନ୍ଧୁ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଏକ କଡ଼ା ସଂଘର୍ଷ ମଧ୍ୟରେ ବିପଦର ବନ୍ଧୁ ୩-୦ ଗୋଲରେ ଚାମ୍ପିୟନ ହୋଇଛି। ଟୁର୍ନାମେଣ୍ଟରେ ଭଞ୍ଜନଗର ପ୍ରେସ କ୍ଲବ, ବଣିକ ସଂଘ, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଏନଏସି କର୍ମଚାରୀ ସଂଘ ସମେତ କେ ଏସୟୁବି କଲେଜ ଓ ବିପଦର ବନ୍ଧୁ, ଭଞ୍ଜନଗର ବାର ଆସୋସିଏସନ, ରୋଟାରୀ କ୍ଲବ ମଧ୍ୟ
ଭାଗ ନେଇଥିଲେ। ଉଦଘାଟନ ମ୍ୟାଚକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ବିଭିନ୍ନ ଦିବସରେ ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଟ ପଣ୍ଡା, ଶୂଳ ପାଣି ଶତପଥି, ପୁର୍ବତନ ଏନ ଏ ସି ଅଧକ୍ଷ ସୁଧୀର ରଞ୍ଜନ ବେହେରା, ପୁର୍ବତନ ଅଧ୍ୟକ୍ଷା ସୁନିତା ଦଳବେହେରା, ପୁର୍ବତନ ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ, ସରକାରୀ ଓକିଲ ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଦକ୍ଷୀଣ ଘୁମୁସର ବନଖଣ୍ଡ ଅଧିକାରୀ ବିପଶା ପାରୁଲ, ବନ୍ୟପ୍ରାଣୀ ପ୍ରେମୀ ସଭ୍ୟ ରମେଶ ପାତ୍ର, ପୂର୍ବତନ କାଉନସିଲର ଶାନ୍ତିଲତା ପାତ୍ର ଉପସ୍ଥିତ ଥିଲେ। ସେହିପରି ଡି ଚେଲପତି ରାଓ , ବାର ଆସୋସିଏସନ ସଭାପତି ଲକ୍ଷ୍ମୀ କାନ୍ତ ମହାପାତ୍ର , ଏମପି ପ୍ରତିନିଧି ସନ୍ତୋଷ ତିଆଡି ,ଏନ ଏ ସି ଉପଧକ୍ଷା ଶୁଭଶ୍ରୀ ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସମସ୍ତ ଖେଳାଳିଙ୍କୁ ସ୍ବାୟତ୍ତ ଶାସନ ଦିବସ ଦିନ ଟ୍ରଫି ସହ ସମ୍ବର୍ଦ୍ଧିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri