ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ବିପାଶା ବସୁ କରନ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଆଉ ଫିଲ୍ମ ଦୁନିଆରେ ଦେଖିବାକୁ ମିଳୁନାହାନ୍ତି। କିନ୍ତୁ ସୋସିଆଲ ମିଡିଆରେ ସେ ବେଶ୍ ସକ୍ରିୟ ରହୁଛନ୍ତି। ବିପାଶା ନିକଟରେ ସୋସିଆଲ ମିଡିଆରେ ନିଜର ବୋଲ୍ଡ ଏବଂ ଗ୍ଲାମର୍ସ ଫଟୋ ପୋଷ୍ଟ କରି ଚର୍ଚ୍ଚାକୁ ଆସିଛନ୍ତି। ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାର କମେଣ୍ଟ ଦେଉଛନ୍ତି। ନିଜର କିଛି ଫଟୋ ପୋଷ୍ଟ କରି ବିପାଶା ଲେଖିଛନ୍ତି, ‘ମୁଡ୍, ଅପ୍ନେ ଆପ୍କୋ ପ୍ୟାର କରୋ’ ଦ୍ୱିତୀୟ ଫଟୋରେ ଲେଖିଛନ୍ତି, ‘ମେଁ ଏକ୍ ଫୁଲ ନେହିଁ ବନୁଙ୍ଗି ଜୋ ଅପ୍ନୀ ସୁନ୍ଦରତା କୋ କୋଇ ତୋଡ୍ କେ ଲିଏ ଜାଏ ଔର ମୁର୍ଝାନେ କେ ବାଦ୍ ଛୋଡ୍ ଦିୟା ଜାଏ’। ଏହା ପୂର୍ବରୁ ମଧ୍ୟ ବିପାଶା ତାଙ୍କର କେତେକ ପୁରୁଣା ଫଟୋ ପୋଷ୍ଟ କରିଥିଲେ, ଯାହାକୁ ଫ୍ୟାନ୍ମାନେ ବେଶ୍ ପସନ୍ଦ କରିବା ସହ କମେଣ୍ଟ ମଧ୍ୟ କରିଥିଲେ। କିନ୍ତୁ ଏବେ ଯେଉଁ ଫଟୋ ପୋଷ୍ଟ କରିଛନ୍ତି, ସେଥିରେ ତାଙ୍କର ବୋଲ୍ଡ ଅବତାର ଦେଖିବାକୁ ମିଳିଛି। ଯାହାକୁ ଦେଖି ବିପାଶାଙ୍କ ଫ୍ୟାନ୍ମାନେ ପାଗଳ ହୋଇଯାଇଛନ୍ତି। ବିଭିନ୍ନ ପ୍ରକାର କମେଣ୍ଟ ମଧ୍ୟ ଦେଉଛନ୍ତି। ଜଣେ ଫ୍ୟାନ୍ ତ ଏମିତି ଲେଖିଛନ୍ତି ଯେ, ‘ମ୍ୟାଡାମ ଆପଣ କାହିଁକି ଏତେ ସୁନ୍ଦର’। ଏବେ ବଲିଉଡ୍ର ବ୍ଲାକ୍ ବିୟୁଟି ବିପାଶ ସ୍ବାମୀ କରନଙ୍କ ସହିତ ହୋମ୍ କ୍ୱାରାଣ୍ଟାଇନ୍ରେ ସମୟ ଅତିବାହିତ କରୁଛନ୍ତି।
ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍ରେ ଜିତିଲେ ୩ ହଜାର ଟଙ୍କା
ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…
୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…
ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…
ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼
ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…
ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା
ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…
ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍ ମାମଲା
କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…
Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର
କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…
ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..
ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…
ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!
କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…
Archives

