ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ ଜୋନ ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଥିବା ଜଣାପଡିଛି ।  ବିପିନ ଜଣେ ଦୃଢ ସଙ୍ଗଠକ ଭାବେ ବେଶ୍ ଜଣାଶୁଣା। ଦୀର୍ଘ ୩୦ ବର୍ଷ ଧରି ଦେ ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ,ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ନେଇ ଲୋକଙ୍କ ପ୍ରିୟ ଭାଜନ  ହୋଇ ପାରିଥିଲେ । ଗତ ବିଧାନସଭା ନିର୍ବାଚନରେ ଦିଗପହଣ୍ଡି ରେ ଭାଜପା ପ୍ରାର୍ଥୀ ଡ଼. ସିଦ୍ଧାନ୍ତ ମହାପାତ୍ର ଙ୍କୁ ବିଜୟୀ କରିବାରେ ସେ ଗୁରୁ ଦାୟିତ୍ବ ନେଇଥିଲେ । ବିପିନଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟିର ସଦସ୍ୟ ଭାବେ ମନୋନୀତ କରାଯିବା  ପରେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି।  ବିଭିନ୍ନ ଅଞ୍ଚଳ ରୁ ତାଙ୍କୁ ଶୁଭେଚ୍ଛାର ବାର୍ତ୍ତା ଛୁଟି ଆସୁଥିବା ଜଣାପଡିଛି । ଏନେଇ ବିପିନ ଭାଜପା ରାଜ୍ୟ ସଭାପତି, ବ୍ରହ୍ମପୁର ଏମ.ପି ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ,ଗଞ୍ଜାମ ଜିଲା ଭାଜପା ସଭାପତି ସରୋଜ ସାବତ ଙ୍କ ସମେତ ତାଙ୍କ ସମର୍ଥକ ଏବଂ ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କୁ  କୃତଜ୍ଞତା ଜ୍ଞାପନ କରିଛନ୍ତିି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri