Posted inଜାତୀୟ

ବିପିନ ରାୱତଙ୍କ ଶେଷ ବାର୍ତ୍ତା ଭାଇରାଲ୍‌, ସମସ୍ତଙ୍କ ଆଖିରେ ଲୁହ

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣାରେ ପରଲୋକ ଘଟିଛି। ତେବେ ମୃତ୍ୟର ଦିନକ ପୂର୍ବରୁ ଅର୍ଥାତ୍‌ ୭ ତାରିଖରେ ‘ବିଜୟ ପର୍ବ’ ପାଇଁ ସେ ଆଗୁଆ ରେକର୍ଡ କରିଥିବା ବାର୍ତ୍ତା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ବାର୍ତ୍ତାରେ ସିଡିଏସ ୧୯୭୧ ଯୁଦ୍ଧରେ ଭାରତୀୟ ସେନା ହାସଲ କରିଥିବା ବିଜୟକୁ ୫୦ ବର୍ଷ ପୂର୍ତ୍ତ ଅବସରରେ ସେ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ଏହି ଯୁଦ୍ଧରେ ସହିଦ ହୋଇଥିବା ବୀର ଯବାନଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଜୟ ପର୍ବ ଉପଲକ୍ଷେ ୧୨ରୁ ୧୪ ଡିସେମ୍ବର ଯାଏ ଇଣ୍ଡିଆ ଗେଟ୍‌ରେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହା ଅତ୍ୟନ୍ତ ସୌଭାଗ୍ୟର ବିଷୟ ଯେ ଆମ ସାହସୀ ଶହୀଦମାନଙ୍କ ସ୍ମୃତିରେ ପ୍ରତିଷ୍ଠିତ ଅମର ଜୱାନ ଜ୍ୟୋତିର ନିଆଁର ଛାୟା ତଳେ ବିଜୟ ପର୍ବ ଆୟୋଜିତ ହେଉଛି। ଏହି ବିଜୟର ଉତ୍ସବରେ ଭାଗ ନେବାକୁ ଆମେ ସମସ୍ତ ଦେଶବାସୀଙ୍କୁ ଆମନ୍ତ୍ରଣ କରୁଛୁ। ଆମେ ଆମର ସୈନ୍ୟବାହିନୀ ପାଇଁ ଗର୍ବିତ, ଆସନ୍ତୁ ଏକାଠି ହୋଇ ବିଜୟର ପର୍ବ ପାଳନ କରିବା ବୋଲି ସିଡିଏସ କହିଛନ୍ତି।
ରାଜଧାନୀ ଦିଲ୍ଲୀରେ ଆଜି ସ୍ବର୍ଣ୍ଣିମ ବିଜୟ ପର୍ବ ପାଳନ କରାଯାଉଛି। ଏହାକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉଦ୍‌ଘାଟନ କରିଥିଲେ। ଏହି ସମୟରେ ସେ ଦିବଙ୍ଗତ ଜେନେରାଲ ବିପିନ ରାୱତଙ୍କୁ ମନେ ପକାଇଥିଲେ। କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ ସିଡିଏସ ବିପିନ ରାୱତଙ୍କ ଏହି ଶେଷ ଭିଡିଓ ବାର୍ତ୍ତାକୁ ପ୍ଲେ କରାଯାଇଥିଲା। ସିଡିଏସଙ୍କ ଏହି ଶେଷ ବାର୍ତ୍ତାକୁ ଶୁଣି ସେଠାରେ ଉପସ୍ଥିତ ଥିବା ସମସ୍ତଙ୍କ ଆଖି ଲୁହରେ ଭରିଯାଇଥିଲା।
ସୂଚନାଯୋଗ୍ୟ,ଡିସେମ୍ବର ୮ ତାରିଖରେ ତାମିଲନାଡୁର କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ସିଡିଏସ୍‌ଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri