ବିଜେଡିରେ ବିପ୍ଳବ ଜେନା

ଭୁବନେଶ୍ୱର,୧୯।୨(ସୁନିତ୍‌ ମିଶ୍ର):ଅନୁଗୋଳ ଜିଲା କଂଗ୍ରେସ ସଭାପତି ତଥା ୨୦୧୯ରେ ଅନୁଗୋଳ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିପ୍ଳବ ଜେନା ରବିବାର ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କୁ ନେଇ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ ଉପବାଚସ୍ପତି ତଥା ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଦଳରେ ସାମିଲ ହୋଇଥିବା ବିପ୍ଳବ ଜେନାଙ୍କୁ ଉପଢୌକନ ଦେଇ ପ୍ରଣବ ଓ ରଜନୀକାନ୍ତ ଦଳକୁ ସ୍ବାଗତ କରିଛନ୍ତି।
ଅବସରରେ ପ୍ରଣବ ପ୍ରକାଶ କହିଛନ୍ତି, ବିପ୍ଳବଙ୍କ ଯୋଗଦାନ ଦ୍ୱାରା ଜିଲାରେ ବିଜେଡି ଆହୁରି ମଜଭୁତ ହେବା ସହ ସମସ୍ତେ ଏକତ୍ରିତ ହୋଇ କାମ କରିବାକୁ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ବିପ୍ଳବ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଯେଉଁମାନେ ବର୍ତ୍ତମାନ ତାଙ୍କ ସହ ଦଳରେ ଯୋଗ ଦେଉଛନ୍ତି, ସେମାନଙ୍କୁ ଆନ୍ତରିକ କୃତଜ୍ଞତା ଜଣାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ, ନୀତି, ଆଦର୍ଶ ଓ ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛି। କୌଣସି ପଦପଦବୀ କିମ୍ବା ଉଦ୍ଦେଶ୍ୟ ନେଇ ଦଳକୁ ଆସିନାହିଁ। ମୁଖ୍ୟମନ୍ତ୍ରୀ ଯେଉଁ ଦାୟିତ୍ୱ ଦେବେ ତାକୁ ନିଷ୍ଠାର ସହ ତୁଲାଇବେ ା
ଦଳରେ ତାଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ, ଏବଂ ସମସ୍ତ ନେତୃବୃନ୍ଦଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଅନୁଗୋଳ ଜିଲା ସଭାପତି ମହେନ୍ଦ୍ର ବସ୍ତିଆ, ଅନୁଗୋଳ ଜିଲା ସହପର୍ଯ୍ୟବେକ୍ଷକ କୁନ ବିହାରୀ ଦାସ ଏବଂ ଅନୁଗୋଳ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅନୁଗୋଳ ଜିଲା ମହିଳା କଂଗ୍ରେସ ସଭାପତି ତପସ୍ବିନୀ ବିଶ୍ୱାଳ, ଜିଲା ଯୁବ କଂଗ୍ରେସ ଉପସଭାପତି ବାପୁନ କୁମାର ଦେହୁରୀ, ପୂର୍ବତନ କଂଗ୍ରେସ ଜିଲା କମିଟି ଉପସଭାପତି ବାପୁଜୀ ପ୍ରଧାନ, ଅନୁଗୋଳ ବିଧାନସଭା ଯୁବ କଂଗ୍ରେସ ସଭାପତି ରାକେଶ କୁମାର ସାହୁ, ପୂର୍ବତନ ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଅନ୍ନଦା ସାହୁ, ଢେଙ୍କାନାଳ ଓ ଅନୁଗୋଳ ଜିଲା ସଭାପତି ସୋସିଆଲ ମିଡିଆ ଆଲୋକ ଦାସ, ନାଲ୍‌କୋ ଠିକା ଶ୍ରମିକ ସମନ୍ବୟ ସମିତି ଆବାହକ ଅନିଲ ବରାଳ, ବରିଷ୍ଠ କଂଗ୍ରେସ ନେତା ସୁଜନ କୁମାର ପରିଡ଼ା, ପୂର୍ବତନ ଜିଲା କଂଗ୍ରେସ ଉପସଭାପତି ବୁଲୁ ସାହୁ ପ୍ରମୁଖ ଶତାଧିକ କର୍ମୀ ବିଜେଡିରେ ଏହି ଅବସରରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?