Posted inଜାତୀୟ

ବିପ୍ଲବ ଦେବଙ୍କ ଇସ୍ତଫା…

ଅଗରତାଲା, ୧୪।୫ : ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କ ନିକଟକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ବିପ୍ଲବ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛି। ଏହା ସହିତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଭେଟିଥିବା ସେ କହିଛନ୍ତି। ଯେତେବେଳେ ହାଇ କମାଣ୍ଡ ମୋତେ ଇସ୍ତଫା ଦେବାକୁ କହିଥିଲେ, ତେଣୁ ମୁଁ ଏହି ପଦକ୍ଷେପ ନେଇଛି।

ରାଜ୍ୟର ବିଧାନସଭା ନିର୍ବାଚନ ଆଗକୁ ହେବ, ମୁଁ ଏହାର ପ୍ରସ୍ତୁତିରେ ନିୟୋଜିତ ହେବି। ଜଣେ ଭାଜପା କର୍ମୀ ଭାବରେ ମୁଁ ଦଳକୁ ମଜବୁତ କରିବା ଉଦ୍ୟମ ଜାରି ରଖିବି ବୋଲି ସେ କହିଛନ୍ତି।

କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଭୁପେନ୍ଦ୍ର ଯାଦବ ଏବଂ ଭାଜପା ଜାତୀୟ ସାଧାରଣ ସମ୍ପାଦକ ବିନୋଦ ତାୱଡେ ତ୍ରିପୁରାରେ ଅଛନ୍ତି। ବିପ୍ଲବ କୁମାର ଦେବଙ୍କ ସ୍ଥାନ ନେବାକୁ ନୂତନ ନେତା ଘୋଷଣା ଶନିବାର ସନ୍ଧ୍ୟାରେ ଘୋଷଣା କରାଯିବ।

ଏକ ବର୍ଷ ଧରି ବିପ୍ଲବ ଦେବଙ୍କ ବିରୋଧରେ ବହୁ ବିଧାୟକଙ୍କ ଅସନ୍ତୋଷ ବଢ଼ି ଚାଲିଥିଲା। ଗତ ବର୍ଷ ଜୁନ ମାସରେ ବିପ୍ଲବ ଦେବଙ୍କ ବିରୋଧରେ ଅଭିଯୋଗ କରିବାକୁ ବିଧାୟକଙ୍କ ଏକ ଦଳ ଦିଲ୍ଲୀ ଯାଇଥିଲେ। ତେବେ ହାଇକମାଣ୍ଡ ଏଥିରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ବିନୋଦ ସୋନକରଙ୍କୁ ଏହି ସମସ୍ୟାର ସମାଧାନ କରିବାକୁ କୁହାଯାଇଥିଲା।

୨୦୧୮ ବିଧାନସଭା ନିର୍ବାଚନରେ ମାଣିକ ସରକାରଙ୍କ କମ୍ୟୁନିଷ୍ଟ ସରକାର ହଟିବା ପରେ ଭାଜପା ରାଜ୍ୟରେ କ୍ଷମତା ହାସଲ କରିଥିଲା। ୬୦ ସଦସ୍ୟ ବିଶିଷ୍ଟ ତ୍ରିପୁରା ବିଧାନସଭାରେ ଶାସକ ମିଳିତ ମେଣ୍ଟରେ ୩୬ ଜଣ ଭାଜପା ବିଧାୟକଙ୍କ ସହ ଇଣ୍ଡିଜେନ୍ସ ପିପୁଲ୍ସ ଫ୍ରଣ୍ଟ ଅଫ ତ୍ରିପୁରା (ଆଇପିଏଫଟି)ର ୮ ଜଣ ବିଧାୟକଙ୍କ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri