ବିରଞ୍ଚି ନାରାୟଣ ବାଳିକା ବିଦ୍ୟାଳୟରେ ଶିକ୍ଷକ ଅଭାବ

ବୁଗୁଡ଼ା,୨୬।୬(ଡି.ଏନ୍‌.ଏ.): ୧୯୬୪ରେ ସ୍ଥାପିତ ବୁଗୁଡ଼ା ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ମରୁଡ଼ି ଯୋଗୁ ପିଲାଙ୍କ ପାଠପଡ଼ା ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଥିବାରୁ ପିଲାଙ୍କ ଭବିଷ୍ୟତକୁ ନେଇ ଅଭିଭାବକଙ୍କ ମନରେ ଚିନ୍ତା ଘାରିଛି। ଏହି ବିଦ୍ୟାଳୟରେ ଷଷ୍ଠରୁ ଦଶମ ପର୍ଯ୍ୟନ୍ତ ୫ଟି ଶ୍ରେଣୀରେ ମୋଟ ୪୫୭ ଛାତ୍ରୀ ପଢୁଛନ୍ତି। ଏଥିପାଇଁ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ସମେତ ମାତ୍ର ୪ ଜଣ ଶିକ୍ଷକ ରହିଥିବା ବେଳେ ପିପୁଲ୍ସ ହାଇସ୍କୁଲ ଓ ଭାମଶିଆଳି ହାଇସ୍କୁଲରୁ ୨ ଜଣ ଶିକ୍ଷକ ଡେପୁଟେଶନରେ ଆସି ୩ ଦିନ ଲେଖାଏ ପଢ଼ାଉଛନ୍ତି। ଏହି ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ସାଙ୍ଗକୁ ଟିଜିଟି ଆର୍ଟସ୍‌, ଟିଜିଟି ସିବିଜେଡ୍‌, ଟିଜିଟି ପିସିଏମ୍‌, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲିପଡିଛି। ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ କାମଚଳା ପାଠପଢ଼ା ଚାଲିଥିବା ବେଳେ ଅଷ୍ଟମ, ନବମ ଓ ଦଶମ ଛାତ୍ରୀଙ୍କ ପଢ଼ାରେ ଘୋର ଅସୁବିଧା ହେଉଛି। ଶିକ୍ଷକ ଅଭାବ ଯୋଗୁ ପ୍ରତ୍ୟେକ ଶ୍ରେଣୀରେ ଦିନକୁ ଗୋଟିଏ କିମ୍ବା ଦୁଇଟି ପିରିୟଡ ପାଠ ପଢ଼ାଯାଉଥିବା ବେଳେ ଅନ୍ୟ ପିରିୟଡ ଖାଲି ପଡୁଥିବାରୁ ପିଲାମାନେ ମଜା ମଜଲିସ୍‌ କରି ଘରକୁ ଫେରୁଛନ୍ତି। ଶିକ୍ଷକମାନେ ଯଦି କେବେ କେବେ ଛୁଟିରେ ରୁହନ୍ତି ତେବେ ସେ ଦିନ ବହୁ ଅସୁବିଧା ହେଉଥିବା ଦେଖିବାକୁ ମିଳିଛି। ଏଠାରେ ନବମ ଓ ଦଶମ ଶ୍ରେଣୀର ଗଣିତ, ବିଜ୍ଞାନ, ହିନ୍ଦୀ ଓ ସଂସ୍କୃତ ପଢ଼ାଇବାକୁ କେହି ଶିକ୍ଷକ ନ ଥିବାରୁ ଏସବୁ ବିଷୟରେ ବିଦ୍ୟାର୍ଥୀ ଦୁର୍ବଳ ହେବା ସମ୍ଭାବନା ସୃଷ୍ଟି ହୋଇଛି। କରୋନା ଯୋଗୁ ଅଭିଭାବକମାନେ ବିଭିନ୍ନ ବେସରକାରୀ ବିଦ୍ୟାଳୟରୁ ନିଜ ନିଜ ପିଲାଙ୍କୁ ଆଣି ଏଠି ନାମ ଲେଖାଇଥିବା ବେଳେ ଏବେ ଏଠାକାର ଶିକ୍ଷୟିତ୍ରୀ ଶିକ୍ଷକ ମରୁଡ଼ି ଯୋଗୁ ସେମାନେ କ୍ଷୋଭ ପ୍ରକାଶ କରୁଛନ୍ତି। ଅନ୍ୟପକ୍ଷରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ନାଥ ବରିହା ବିଦ୍ୟାଳୟରେ ଶିକ୍ଷକ ମରୁଡ଼ି ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା କଥାକୁ ସ୍ବୀକାର କରିବା ସହ ଏହି ବିଦ୍ୟାଳୟ ପାଇଁ ଗଣିତ, ବିଜ୍ଞାନ ଓ ସଂସ୍କୃତ ଆଦି ତିନୋଟି ବିଷୟର ଶିକ୍ଷକ ପଦବୀ ପୂରଣ ପାଇଁ ମଞ୍ଜୁରୀ ମିଳିଥିବା ବେଳେ ହିନ୍ଦୀ ଅଧ୍ୟାପନା ପାଇଁ ଡେପୁଟେଶନରେ ଜଣଙ୍କୁ ପ୍ରେରଣ କରିବାକୁ ଆବେଦନ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି। ତେବେ ଏହି ଉଚ୍ଚ ବିଦ୍ୟାଳୟରେ ରହିଥିବା ଶିକ୍ଷକ ମରୁଡ଼ି ସମସ୍ୟାକୁ ଦୂର କରିବା ପାଇଁ ଶିକ୍ଷା ବିଭାଗ ତୁରନ୍ତ ପଦକ୍ଷେପ ଗ୍ରହଣ ନିମନ୍ତେ ସାଧାରଣରେ ଦାବି ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri