Posted inଜାତୀୟ

ସକ୍ରିୟ ରାଜନୀତିରୁ ସନ୍ୟାସ ନେଲେ ବିରପ୍ପା ମୋଇଲି

ବେଙ୍ଗାଲୁରୁ,୧୦।୪: ରାଜନୀତିରୁ ସନ୍ୟାସ ନେଲେ ବରିଷ୍ଠ କଂଗ୍ରେସ ନେତା ବିରପ୍ପା ମୋଇଲି। କର୍ନାଟକର ଚିକ୍କୱଲାପୁର ଲୋକ ସଭା ଆସନରୁ ଟିକେଟ ଆଶାୟୀ ଥିବା ମୋଇଲି ଶେଷରେ ନିରାଶ ହେବା ପରେ ଏପରି ନିଷ୍ପତ୍ତି ନେଇଛନ୍ତି।

ଚିକ୍କୱଲାପୁର ଆସନ ନିମନ୍ତେ ଟିକେଟ ରେସରେ ଥିଲେ ଭେଟରାନ ନେତା ବିରପ୍ପା ମୋଇଲି । ମାତ୍ର କଂଗ୍ରେସ ଦଳ ତାଙ୍କୁ ନିରାଶ କରି ରକ୍ଷା ରମେୟାଙ୍କୁ ଟିକେଟ ଦେଇଥିଲା । ଏଥିପାଇଁ ସେ ନିର୍ବାଚନ ଲଢିବେନି ବୋଲି ଘୋଷଣା କରିଛନ୍ତି । ମାତ୍ର ଜଣେ ସାଧାରଣ କଂଗ୍ରେସ କର୍ମୀ ହିସାବରେ ରମେୟାଙ୍କ ନିମନ୍ତେ ପ୍ରଚାର କରିବେ ବୋଲି ସେ ଘୋଷଣା କରିଛନ୍ତି।

ସୂଚନାଥାଉ କି, ବିରପ୍ପା ୧୯୯୨ ମସିହା ନଭେମ୍ବରରୁ ୧୯୯୪ ମସିହା ଡିସେମ୍ବର ପର୍ଯ୍ୟନ୍ତ କର୍ନାଟକା ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ। ଏହାବାଦ UPA ସରକାରରେ ସେ ପେଟ୍ରୋଲିୟମ ମନ୍ତ୍ରୀ ପଦରେ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?