୮ରୁ ହୀରାକୁଦରେ ପକ୍ଷୀ ଗଣନା

ସମ୍ବଲପୁର,୭ା୧(ପ୍ରମୋଦ ବହିଦାର): ପ୍ରତିବର୍ଷ ଭଳି ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ସାମଗମ ଆରମ୍ଭ ହୋଇଯାଇଛି। ତେଣୁ ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଏଠାରେ ପକ୍ଷୀଙ୍କ ଗଣନା ପାଇଁ ନିଷ୍ପତ୍ତି ହୋଇଛି। ସୋମବାର ୮ ତାରିଖ ପ୍ରାତଃରୁ ପକ୍ଷୀ ଗଣନା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାଶ।

ସେ କହିଲେ ଯେ, ଗତ ୨୦୨୩ ଅକ୍ଟୋବରରୁ ହୀରାକୁଦ ଜଳଭଣ୍ଡାରକୁ ବିଦେଶୀ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇସାରିଛି। ପକ୍ଷୀଗୁଡ଼ିକ ଏଠାରେ ମାର୍ଚ୍ଚ ପର୍ଯ୍ୟନ୍ତ ରହି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରନ୍ତି। ଏଥିରେ ସାଇବେରିଆ, କାସ୍ପିଆନ ହ୍ରଦ, ବୈକାଲ ହ୍ରଦ, ମଙ୍ଗୋଲିଆ ତଥା ମଧ୍ୟପ୍ରାଚ୍ୟ ଏସିଆ ଓ ହିମାଳୟ ଅଞ୍ଚଳରୁ ବହୁ ସଂଖ୍ୟାରେ ପକ୍ଷୀ ରହିଥାଆନ୍ତି। ତେବେ ଗଣନା ପରେ ସେମାନଙ୍କ ପ୍ରଜାତିକୁ ଚିହ୍ନଟ କରାଯାଇ ପାରିବ ବୋଲି ସେ କହିଛନ୍ତି।

ପକ୍ଷୀ ଗଣନା ପ୍ରତ୍ୟହ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜାରି ରହିବ। ହୀରାକୁଦ ଜଳଭଣ୍ଡାର ଝାରସୁଗୁଡ଼ା ଓ ବରଗଡ଼ ଜିଲା ତଥା ଛତିଶଗଡ଼ ସୀମା ସଂଲଗ୍ନ ପ୍ରାୟ ୫ ଶହ ବର୍ଗ କିଲୋମିଟର ଅଞ୍ଚଳ ସହିତ ପାୱାର କେନାଲରେ ପକ୍ଷୀଗଣନା କରାଯିବ। ପକ୍ଷୀ ଗଣନା ପାଇଁ ଧାର୍ଯ୍ୟ ସମଗ୍ର ଅଞ୍ଚଳକୁ ୧୦ରୁ ୬୦ ବର୍ଗ କିଲୋମିଟର ବିଶିଷ୍ଟ ୨୧ଟି ପୃଥକ ସେକ୍ଟରରେ ଭାଗ କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ଜିଲାରୁ ଆସିଥିବା ୩୩ ଜଣ ପକ୍ଷୀ ବିଶେଷଜ୍ଞଙ୍କ ସହିତ ମୋଟ୍‌ ୭୮ଜଣ ବନ ବିଭାଗ କର୍ମଚାରୀ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri