ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୪ା୧(ପ୍ରଭାତ ପାଣିଗ୍ରାହୀ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ ୫ଟି ଟିମ୍‌,ସାତପଡ଼ାରେ ୩ଟି ଟିମ୍‌ ଓ ରମ୍ଭା ଅଞ୍ଚଳରେ ୫ଟିମ୍‌ ପକ୍ଷୀ ଗଣନା କରୁଛନ୍ତି। ପ୍ରତିବର୍ଷ ଶୀତଦିନ ଆସିଲେ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ଦେଶ ବିଦେଶରୁ ଲକ୍ଷଲକ୍ଷ ରଙ୍ଗବେରଙ୍ଗର ପକ୍ଷୀଙ୍କ ସମାଗମ ହୋଇଥାଏ। ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା ହୁଏ। ଏହି ଆଧାରରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ବନ୍ୟପ୍ରାଣୀ ବିଭାଗ ତରଫରୁ ପକ୍ଷୀ ଗଣନା ନିମନ୍ତେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, ଓୟୁଏଟି ଭୁବନେଶ୍ୱର ବିଶେଷଜ୍ଞ ଛାତ୍ରୀଛାତ୍ର,ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ଚିଲିକାକୁ ବିଭିନ୍ନ ପ୍ରଜାତିର ୧୦,୭୪,୧୭୩ଟି ପକ୍ଷୀ ଆସିଥିବା ଗଣନାରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri