ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା,୪ା୧(ପ୍ରଭାତ ପାଣିଗ୍ରାହୀ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ ୫ଟି ଟିମ୍‌,ସାତପଡ଼ାରେ ୩ଟି ଟିମ୍‌ ଓ ରମ୍ଭା ଅଞ୍ଚଳରେ ୫ଟିମ୍‌ ପକ୍ଷୀ ଗଣନା କରୁଛନ୍ତି। ପ୍ରତିବର୍ଷ ଶୀତଦିନ ଆସିଲେ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ଦେଶ ବିଦେଶରୁ ଲକ୍ଷଲକ୍ଷ ରଙ୍ଗବେରଙ୍ଗର ପକ୍ଷୀଙ୍କ ସମାଗମ ହୋଇଥାଏ। ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା ହୁଏ। ଏହି ଆଧାରରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ବନ୍ୟପ୍ରାଣୀ ବିଭାଗ ତରଫରୁ ପକ୍ଷୀ ଗଣନା ନିମନ୍ତେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, ଓୟୁଏଟି ଭୁବନେଶ୍ୱର ବିଶେଷଜ୍ଞ ଛାତ୍ରୀଛାତ୍ର,ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ଚିଲିକାକୁ ବିଭିନ୍ନ ପ୍ରଜାତିର ୧୦,୭୪,୧୭୩ଟି ପକ୍ଷୀ ଆସିଥିବା ଗଣନାରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri