ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ ବସା କରି ଅଣ୍ଡା ଦେଇଛନ୍ତି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇଉଠିଛି। ଭିତରକନିକାଠାରେ ଭିଡ ଜମାଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଗୁରୁବାରଠାରୁ ଆରମ୍ଭ ହୋଇଛି। କନିକା ରେଞ୍ଜର ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ଓ ମଠଆଡିଆରେ ୩ଟି ଟିମ ପକ୍ଷୀ ଗଣନା କରୁଛନ୍ତି। ଫରେଷ୍ଟର ପ୍ରଶାନ୍ତ ସିଂ, ଫରେଷ୍ଟଗାର୍ଡ ସୁନୀଲ ରଞ୍ଜନ ରାଉତରାୟ, ଶ୍ରୀରାମ ମୁର୍ମୁ, ସୁବାସ ମାଝି, ହେମନ୍ତ ପାଣିଗ୍ରାହୀ, ନିରାକାର ବେହେରା ପ୍ରମୁଖ ଏହି ଟିମରେ ସାମିଲ ହୋଇଛନ୍ତି। ଭିତରକନିକାରେ ଗେଣ୍ଡାଳିଆ, ପାଣିକୁଆ, ଅଞ୍ଜନା, ରାଣୀବଗ, ମଝିଆବଗ, ଖଇରା, ଅନ୍ଧାରିଆବଗ, କାପରଖାଇ, ସାନବଗ, ଦାବେଣ୍ଟିଆ ପ୍ରଭୃତି ଦେଶୀୟ ପକ୍ଷୀ ଭିଡ ଜମାଇଛନ୍ତି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୮ ହଜାର ୬୩୯ ପକ୍ଷୀ ଭିଡ ଜମାଇଥିଲେ। ଗତବର୍ଷ ମଠଆଡିଆରେ ୬୧,୧୦୭ ପକ୍ଷୀ, ଲକ୍ଷ୍ମୀପ୍ରସାଦଡିଆରେ ୪୧,୩୩୮ପକ୍ଷୀ, ଦୁର୍ଗାପ୍ରସାଦଡିଆରେ ୬୧୯୪ ପକ୍ଷୀ ଥିଲେ। ଚଳିତବର୍ଷ ଦେଶୀୟପକ୍ଷୀଙ୍କ ଭିଡ ଦେଖିବାକୁ ମିଳିଥିବାରୁ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭିତରକନିକାକୁ ଜୁନ୍‌ ଶେଷ ଭାଗରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରି ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?