ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ ବସା କରି ଅଣ୍ଡା ଦେଇଛନ୍ତି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇଉଠିଛି। ଭିତରକନିକାଠାରେ ଭିଡ ଜମାଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଗୁରୁବାରଠାରୁ ଆରମ୍ଭ ହୋଇଛି। କନିକା ରେଞ୍ଜର ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ଓ ମଠଆଡିଆରେ ୩ଟି ଟିମ ପକ୍ଷୀ ଗଣନା କରୁଛନ୍ତି। ଫରେଷ୍ଟର ପ୍ରଶାନ୍ତ ସିଂ, ଫରେଷ୍ଟଗାର୍ଡ ସୁନୀଲ ରଞ୍ଜନ ରାଉତରାୟ, ଶ୍ରୀରାମ ମୁର୍ମୁ, ସୁବାସ ମାଝି, ହେମନ୍ତ ପାଣିଗ୍ରାହୀ, ନିରାକାର ବେହେରା ପ୍ରମୁଖ ଏହି ଟିମରେ ସାମିଲ ହୋଇଛନ୍ତି। ଭିତରକନିକାରେ ଗେଣ୍ଡାଳିଆ, ପାଣିକୁଆ, ଅଞ୍ଜନା, ରାଣୀବଗ, ମଝିଆବଗ, ଖଇରା, ଅନ୍ଧାରିଆବଗ, କାପରଖାଇ, ସାନବଗ, ଦାବେଣ୍ଟିଆ ପ୍ରଭୃତି ଦେଶୀୟ ପକ୍ଷୀ ଭିଡ ଜମାଇଛନ୍ତି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୮ ହଜାର ୬୩୯ ପକ୍ଷୀ ଭିଡ ଜମାଇଥିଲେ। ଗତବର୍ଷ ମଠଆଡିଆରେ ୬୧,୧୦୭ ପକ୍ଷୀ, ଲକ୍ଷ୍ମୀପ୍ରସାଦଡିଆରେ ୪୧,୩୩୮ପକ୍ଷୀ, ଦୁର୍ଗାପ୍ରସାଦଡିଆରେ ୬୧୯୪ ପକ୍ଷୀ ଥିଲେ। ଚଳିତବର୍ଷ ଦେଶୀୟପକ୍ଷୀଙ୍କ ଭିଡ ଦେଖିବାକୁ ମିଳିଥିବାରୁ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭିତରକନିକାକୁ ଜୁନ୍‌ ଶେଷ ଭାଗରୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ସେମାନଙ୍କ କର୍ମଭୂମିକୁ ଫେରି ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri