ହୀରାକୁଦରେ ପକ୍ଷୀଗଣନା ଶେଷ

ସମ୍ବଲପୁର,୮ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ । ବିଗତ ବର୍ଷ ଅପେକ୍ଷା ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରକୁ ଅଧିକ ପକ୍ଷୀ ଆସିଥିବା ଆଶା କରାଯାଉଛି। ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡା ଜିଲାରୁ ମଧ୍ୟ ପକ୍ଷୀ ଗଣନା ପାଇଁ ଟିମ୍‌ ଜଳଭଣ୍ଡାରକୁ ପ୍ରବେଶ କରିଥିଲେ। ୩୫ଟି ଡଙ୍ଗାରେ ବନ ବିଭାଗ କର୍ମଚାରୀଙ୍କ ସହ ୬୦ ଜଣ ବିଶେଷଜ୍ଞ ଗଣନା କାର୍ଯ୍ୟରେ ସାମିଲ ହୋଇଥିଲେ। ଏଥିପାଇଁ ୩୦ଟି ଟିମ୍‌ ଗଠନ କରାଯାଇଥିଲା । ସନ୍ଧ୍ୟା ପର୍ଯ୍ୟନ୍ତ ସମସ୍ତ ଟିମ୍‌ ଗଣନା ସାରି କୂଳକୁ ଫେରି ଆସିଥିବା ଜଣାପଡିଛି । ପକ୍ଷୀଗଣନା ପାଇଁ ୩ ଦିନ ପୂର୍ବରୁ ଜଳଭଣ୍ଡାରରେ ମାଛ ମାରିବା ଉପରେ ରୋକ୍‌ ଲଗାଯାଇଥିଲା ।

ପ୍ରତିବର୍ଷ ଭଳି ଚଳିତବର୍ଷ ଜଳଭଣ୍ଡାରକୁ ଡକ୍‌ ପ୍ରଜାତିର ରେଡ କ୍ରେଷ୍ଟେଟ ପୋଚାଡ, ଟୁଫେଡ ଡକ, ବ୍ରାମିନି ଡକ, ନରଦେନ ପିନଷ୍ଟେଳ, ୟୁରୋ ଏସିଆନ, ଏସିଆନ ୱିଗନ,ଏସିଆନ ଓପନବିଲ,ଗ୍ରେ ହୀରୋନ,ପରପଳ ହୀରୋଜେନ,କେଟେଲ ଗ୍ରେଡ, ଲିଟିଲ ଗ୍ରେଡ, ଇଣ୍ଟର ମିଡିଏଟ ରି-ଗ୍ରେଟ, ଇଣ୍ଡିଆନ ପଣ୍ଡ ହୀରେନ, ଇଣ୍ଡିଆନ ସେଗ, ଲିଟିଲ କରମୋରେଣ୍ଟ, ଗ୍ରେଟ କରମୋରେଣ୍ଟ, ଲିଟିଲ ଗ୍ରେଟ,ଗ୍ରେଟ କ୍ରେଷ୍ଟଟେଡ ଗ୍ରେଟ , କମନ କଟ,ପରପଲ ସ୍ବାନ, ରେଡ ୱେଟଲେଟ ଲେଫ ୱିନ,ରିଭର ଲେଫୱିନ, ଫ୍ଳୋଭର, ସେଣ୍ଟ ଫ୍ଳୋଭର, ସ୍ନିପ,ଷ୍ଟିୟୁଟ,ଗୁଲସ ,କିଙ୍ଗଫ୍ରେସର, ରିଭର ଟ୍ରଣ୍ଟ, ବ୍ଲେକ ବେଲିଆଟ ଟ୍ରଫ୍ଟ ପ୍ରଭୃତି ଆସିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri