ବାର୍ଡ ଫ୍ଲୁ: କୁକୁଡ଼ା ଦୋକାନୀଙ୍କୁ ସତର୍କକଲା ବିଏମ୍‌ସି

ଭୁବନେଶ୍ୱର,୩୧।୮(ଅନୁରାଧା ମହାରଣା): ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସହରର ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଯାଇଛି। ଭୁବନେଶ୍ବର ଆଖପାଖ ଅଞ୍ଚଳରେ ବାର୍ଡ ଫ୍ଲୁ ଭୂତାଣୁ ସଂକ୍ରମିତ ହେଉଥିବାରୁ କୁକୁଡ଼ା ମାଂସ ଦୋକାନୀମାନେ ଉକ୍ତ ଅଞ୍ଚଳରୁ କୁକୁଡ଼ା ନ କିଣିବାକୁ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ ପରାମର୍ଶ ଦେଇଛନ୍ତି। ଏହି ରୋଗ ସଂକ୍ରମିତ ହେବାର ସମ୍ଭାବନା ରହିଥିତ୍ବାରୁ ସଂପ୍ରତି ଯେଉଁ କୁକୁଡ଼ା ବା ପକ୍ଷୀ ଅସ୍ବାଭାବିକ ଭାବେ ଅସୁସ୍ଥ ହୋଇ ପଡୁଥିଲେ କିମ୍ବା ମୃତ୍ୟୁ ହେଉଥିଲା ତୁରନ୍ତ ନିକଟସ୍ଥ ପ୍ରାଣୀ ଚିକିତ୍ସା କେନ୍ଦ୍ର କିମ୍ବା ୱାର୍ଡ ଅଫିସରେ ଜଣାଇବାକୁ କମିଶନର କହିଛନ୍ତି।
ସେହିପରି ଅସ୍ବାଭାବିକ ଭାବେ ମୃତ୍ୟୁବରଣ କରୁଥିବା ପକ୍ଷୀଙ୍କୁ ଏଣେତେଣେ ନ ଫିଙ୍ଗି ନିର୍ଦ୍ଦିଷ୍ଟ ସ୍ଥାନରେ ପୋତିଦେବା ସହ ତା’ ଉପରେ ବ୍ଲିଚିଂ ସିଞ୍ଚନ କରିବା ସହ ଏହି କାର୍ଯ୍ୟ କରିବା ସମୟରେ ମୁହଁରେ ମାସ୍କ ଏବଂ ହାତରେ ଗ୍ଲୋବ୍ସ ପିନ୍ଧିବା ଉପରେ କମିଶନର ଗୁରୁତ୍ୱାରୋପ କରିଛନ୍ତି। ଯଦି ଏହି କୁକୁଡ଼ା ସଂସ୍ପର୍ଶରେ ଆସି କୌଣସି ବ୍ୟକ୍ତି ବା ଶିଶୁଙ୍କର ଜ୍ବର, ଛିଙ୍କ, କାଶ ଲାଗି ରୁହେ, ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ଜରୁରୀ ବୋଲି ସେ କହିଛନ୍ତି। ବିଏମ୍‌ସି ଅଧିକାରୀ ବା ସାଇନ୍‌ ଟିମ୍‌ ପରିଦର୍ଶନରେ ଯିବା ସମୟରେ ଠିକ୍‌ ତଥ୍ୟ ପ୍ରଦାନ କରି ଭୁବନେଶ୍ବରକୁ ବାର୍ଡ ଫ୍ଲୁ ମୁକ୍ତ କରିବାରେ ସକ୍ରିୟ ସହଯୋଗ କରିବା ପାଇଁ ବିଏମ୍‌ସି ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri