ବାର୍ଡ ଫ୍ଲୁ : ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ କାର୍ଯ୍ୟକ୍ରମ ଚାଲୁରହିଛି। ପିପିଲି ଓ ସତ୍ୟବାଦୀ ବ୍ଲକରେ ସଂକ୍ରମିତ କୁକୁଡ଼ାଗୁଡିକୁ ମରାଯାଇଥିବାବେଳେ ଡେଲାଙ୍ଗ ଓ ନିମାପଡା ବ୍ଲକରେ ଏହି ପ୍ରକ୍ରିୟା ଜାରି ରହିଛି।

କୁକୁଡ଼ା ମାରିବା ଓ ଫାର୍ମ ବିଶୋଧନ କାର୍ଯ୍ୟରେ ୫୧ଟି ରାପିଡ୍‌ ରେସପନ୍ସ ଟିମ୍‌ (ଆରଆରଟି) ନିୟୋଜିତ ଅଛନ୍ତି। ସୋମବାର ସୁଦ୍ଧା ୩୫ହଜାର ୩୨୯ଟି କୁକୁଡ଼ା ମରାଯିବା ସହ ଅଣ୍ଡା ଓ କୁକୁଡ଼ା ଦାନା ନଷ୍ଟ କରାଯାଇଛି। କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ବାବଦକୁ ୧୦ଲକ୍ଷ ୯୪ହଜାର ୫୭୨ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ରାଜ୍ୟରେ ବାର୍ଡ ଫ୍ଲୁର ସ୍ଥିତି ଓ ପଦକ୍ଷେପ ସଂକ୍ରାନ୍ତରେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।

ନମୁନା ସଂଗ୍ରହ ତଥା ରୋଗର ଅନୁସନ୍ଧାନ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରିବା ସହିତ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଜନସାଧାରଣ ଯେପରି ଭୟଭୀତ ନ ହେବେ ସେଥିପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସଚେତନ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଅପରପକ୍ଷେ ଭାରତ ସରକାରଙ୍କର ପଶୁପାଳନ ଏବଂ ଦୁଗ୍ଧ ବିଭାଗ ସଚିବ ଅଳକା ଉପାଧ୍ୟାୟ ଏହି ରୋଗର ନିୟନ୍ତ୍ରଣ ତଥା ନିରାକରଣ ଲାଗି ରାଜ୍ୟକୁ ସମସ୍ତ ପ୍ରକାରର ସହାୟତା ପାଇଁ ନିଶ୍ଚିତ କରିଛନ୍ତି।

ପରବର୍ତ୍ତୀ ତଦାରଖ ପାଇଁ ଏକ କେନ୍ଦ୍ରୀୟ ଦଳ ସେପ୍ଟେମ୍ବର ୪ ଓ ୫ରେ ରାଜ୍ୟକୁ ପରିଦର୍ଶନରେ ଆସିବେ ବୋଲି ସୂଚନା ଦିଆଯାଇଛି। ସେହିପରି ସମସ୍ତ ବ୍ୟବସାୟଭିତ୍ତିକ କୁକୁଡ଼ା ଫାର୍ମଗୁଡିକର ପଞ୍ଜୀକରଣ ଏବଂ ଅବସ୍ଥିତିର ଠିକ ତଥ୍ୟ ସଂଗ୍ରହ କରାଯିବା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ସଚିବ ପରାମର୍ଶ ଦେଇଛନ୍ତି। ଏଥିସହ ଓଡ଼ିଶା ସରକାରଙ୍କ ଦ୍ୱାରା କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀମାନଙ୍କୁ ଦିଆଯାଉଥିବା ତତ୍କାଳ କ୍ଷତିପୂରଣ ପ୍ରକ୍ରିୟାକୁ ଭାରତ ସରକାରଙ୍କ ଦ୍ୱାରା ପ୍ରଶଂସା କରାଯାଇଥିଲା। ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ଭୁବନେଶ୍ୱର ମହାନଗର ନିଗମର ଉଚ୍ଚପଦସ୍ଥ ଅଧିକାରୀ ଏବଂ ପୁରୀ, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲାର ଜିଲାପାଳ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?