Posted inଜାତୀୟ

ଉତ୍ତରପ୍ରଦେଶ ସମେତ ୭ ରାଜ୍ୟରେ ବାର୍ଡ ଫ୍ଲୁ: କାନପୁର ଚିଡ଼ିଆଖାନା ବନ୍ଦ, ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୦।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି ଖରାପ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀ, ଛତିଶଗଡ଼ ଏବଂ ମହାରାଷ୍ଟ୍ରରେ ପକ୍ଷୀଙ୍କଠାରୁ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଲ୍ୟାବକୁ ପଠାଯାଇଛି। କାନପୁର ଚିଡ଼ିଆଖାନାରେ ବାର୍ଡ ଫ୍ଲୁ ଭୂତାଣୁ ମିଳିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରି ଦିଆଯାଇଛି। ବାର୍ଡ ଫ୍ଲୁ ମିଳିଥିବା ଓ୍ବାର୍ଡର ସମସ୍ତ ପକ୍ଷୀଙ୍କୁ ହତ୍ୟା କରିବା ଲାଗି ନିର୍ଦ୍ଦେଶ ଜାରି ହୋଇଛି। ଚିଡ଼ିଆଖାନାର ଆଖପାଖ ଅଞ୍ଚଳକୁ ରେଡ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସେହିପରି ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି। ଗାଜିପୁର କୁକୁଡ଼ା ଫାର୍ମକୁ ଦିଲ୍ଲୀ ସରକାର ବନ୍ଦ କରିଦେଇଛନ୍ତି। ଦିଲ୍ଲୀର ୧୧ ଜିଲାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ହିମାଚଳପ୍ରଦେଶର ପୋଙ୍ଗ୍‌ ଅଞ୍ଚଳରେ ବାର୍ଡ ଫ୍ଲୁ ଭୂତାଣୁ ମିଳିବା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ୩୫୦୦ ପକ୍ଷୀଙ୍କୁ ହତ୍ୟା କରାଯାଇଛି। ଜମ୍ମୁ-କଶ୍ମୀର ପୁଞ୍ଚ୍‌ଠାରେ ଥିବା କୁକୁଡ଼ା ଫାର୍ମର ପରିଷ୍କାର ପରିଚ୍ଛନ୍ନତା ଉପରେ ଅଧିକ ଧ୍ୟାନ ଦିଆଯାଉଛି। ବାର୍ଡ ଫ୍ଲୁକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ତାମିଲନାଡୁ ଏବଂ କର୍ନାଟକ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୨ ହଟସ୍ପଟ୍‌ ତାଲିକା ଜାରି କରାଯିବା ସହିତ କଣ୍ଟ୍ରୋଲ ରୁମ୍‌ ସ୍ଥାପନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri