ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ

ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା ଚାଷୀଙ୍କୁ ନିଜ ଘରେ କ୍ଵାରେନଣ୍ଟାଇନରେ ରହିବାକୁ କୁହାଯାଇଛି।

ସୂଚନାନୁସାରେ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ଚାଷୀଙ୍କ ନମୁନା ସଂଗ୍ରହ କରି ସେମାନଙ୍କୁ ଘର କ୍ଵାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ପୁରୀର ପିପିଲିରେ ବାର୍ଡ଼ ଫ୍ଲୁ ଚିହ୍ନଟ ହେବା ପରେ ହଜାର ହଜାର କୁକୁଡ଼ାଙ୍କୁ ହତ୍ୟା କରି ପୋତିଦିଆଯାଇଥିଲା। ଏହାପରେ କେନ୍ଦ୍ରାପଡ଼ାର ଡେରାବିଶ ଅଂଚଳରେ ବାର୍ଡ଼ ଫ୍ଲୁ ଚିହ୍ନଟ ହୋଇଥିଲା। ପୁରୀରେ ଏହା ଅଧିକ ବ୍ୟାପିବାରୁ କେନ୍ଦ୍ରୀୟ ଟିମ୍ ମଧ୍ୟ ଆସି ସେଠାରେ ସ୍ଥିତିର ଅନୁଧ୍ୟାନ କରିଛନ୍ତି।

ସେହିପରି ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଛି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ଉଭୟ ଜାଗାରେ କଣ୍ଟେନମେଣ୍ଟ ସହ ଲୋକଙ୍କୁ ସଚେତନ କରାଯାଉଛି। ପ୍ରାଣୀ ନିର୍ଦ୍ଦେଶକ ଓ ଜିଲାସ୍ତରୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରୁଛନ୍ତି ବୋଲି ସେ କହିଛନ୍ତି।

ଅପ୍ୟପକ୍ଷେ ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଏଥିରୁ ରାପିଡ ରେସକ୍ୟୁ ଟିମ୍‌ ୪ଟି ଫାର୍ମରୁ ପ୍ରାୟ ୫ ହଜାର କୁକୁଡ଼ା ମାରିଛି। ଏହି ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମର ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (NIHSAD)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିନୟ କୁମାର ପଣ୍ଡା ସୂଚନା ଦେଇଛନ୍ତି।

ବାର୍ଡ ଫ୍ଲୁ ରୋକିବାକୁ ଚାରି ଜଣିଆ ଅଫିସରଙ୍କୁ ନେଇ ପିପିଲି ବ୍ଲକରେ ଗୋଟିଏ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ଏପରିକି ସନ୍ଦେହ ଭିତରେ ଥିବା ୧୦ଟି ଗାଁରେ ୧୦ଜଣ ଆଶାକର୍ମୀଙ୍କୁ ପ୍ରତେକ ଦିନ ପ୍ରତେକ ଗାଁରେ ଘରେ ଘରେ ବୁଲି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri