ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ

ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ଉଭୟ ଜାଗାରେ କଣ୍ଟେନମେଣ୍ଟ ସହ ଲୋକଙ୍କୁ ସଚେତନ କରାଯାଉଛି। ପ୍ରାଣୀ ନିର୍ଦ୍ଦେଶକ ଓ ଜିଲାସ୍ତରୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରୁଛନ୍ତି ବୋଲି ସେ କହିଛନ୍ତି।

ଅପ୍ୟପକ୍ଷେ ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଏଥିରୁ ରାପିଡ ରେସକ୍ୟୁ ଟିମ୍‌ ୪ଟି ଫାର୍ମରୁ ପ୍ରାୟ ୫ ହଜାର କୁକୁଡ଼ା ମାରିଛି। ଏହି ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

କୁକୁଡ଼ା ମରାଯିବା ପରେ ସମସ୍ତ ଫାର୍ମକୁ ସାନିଟାଇଜେସନ କରାଯିବ। ପରେ ଫାର୍ମଗୁଡିକୁ ଜଉମୁଦ ସିଲ କରାଯାଇ ଚାବିକୁ ବିଭିଓଙ୍କ ପାଖରେ ରଖାଯିବ। ତେବେ ସୋମବାରଠାରୁ କୁକୁଡ଼ା ମରା ବାବଦ କ୍ଷତିପୂରଣ ଦିଆଯିବ। ୬ ସପ୍ତାହ ମଧ୍ୟରେ ଥିବା କୁକୁଡ଼ା ବାବଦକୁ ୨୦ ଟଙ୍କା ଏବଂ ୬ ସପ୍ତାହରୁ ଅଧିକ ଦିନର କୁକୁଡ଼ା ପାଇଁ ୯୦ ଟଙ୍କା ହିସାବରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ତେବେ ପିପିଲି ବ୍ଲକ ଲକ୍ଷ୍ମୀନାରାୟଣପୁର ଗ୍ରାମ ପଞ୍ଚାୟତର ଦିନଉଧାରଣପୁରରେ ବାର୍ଡ ଫ୍ଲୁ ହୋଇଥିବା ଆଶଙ୍କା କରି ସେଠାରୁ ନମୁନା ସଂଗ୍ରହ କରାଯାଇ ଭୋପାଲ ପଠାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମର ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (NIHSAD)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିନୟ କୁମାର ପଣ୍ଡା ସୂଚନା ଦେଇଛନ୍ତି।

ବାର୍ଡ ଫ୍ଲୁ ରୋକିବାକୁ ଚାରି ଜଣିଆ ଅଫିସରଙ୍କୁ ନେଇ ପିପିଲି ବ୍ଲକରେ ଗୋଟିଏ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ଏପରିକି ସନ୍ଦେହ ଭିତରେ ଥିବା ୧୦ଟି ଗାଁରେ ୧୦ଜଣ ଆଶାକର୍ମୀଙ୍କୁ ପ୍ରତେକ ଦିନ ପ୍ରତେକ ଗାଁରେ ଘରେ ଘରେ ବୁଲି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri