ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ

ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ଉଭୟ ଜାଗାରେ କଣ୍ଟେନମେଣ୍ଟ ସହ ଲୋକଙ୍କୁ ସଚେତନ କରାଯାଉଛି। ପ୍ରାଣୀ ନିର୍ଦ୍ଦେଶକ ଓ ଜିଲାସ୍ତରୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରୁଛନ୍ତି ବୋଲି ସେ କହିଛନ୍ତି।

ଅପ୍ୟପକ୍ଷେ ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁକୁଡ଼ା ମରା ଅଭିଯାନ ଜାରି ରହିଛି। ଆବଲପୁର, ପୋଡଙ୍ଗ, ଜନାର୍ଦ୍ଦନପୁର, ରାୟଗରପୁର, ସହଜପୁର, ଆଳିସ, ବାଲିଗଁା, ଓଡସମୁଡ଼ି, ନୂଆଗୋଡି ଅଞ୍ଚଳର ପ୍ରାୟ ୫୪ଟି ଫାର୍ମ ଚିହ୍ନଟ କରାଯାଇଛି। ଏଥିରୁ ରାପିଡ ରେସକ୍ୟୁ ଟିମ୍‌ ୪ଟି ଫାର୍ମରୁ ପ୍ରାୟ ୫ ହଜାର କୁକୁଡ଼ା ମାରିଛି। ଏହି ଅଭିଯାନକୁ ପ୍ରାୟ ୧୫ ଦିନ ସମୟ ଲାଗିବ ବୋଲି ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି।

କୁକୁଡ଼ା ମରାଯିବା ପରେ ସମସ୍ତ ଫାର୍ମକୁ ସାନିଟାଇଜେସନ କରାଯିବ। ପରେ ଫାର୍ମଗୁଡିକୁ ଜଉମୁଦ ସିଲ କରାଯାଇ ଚାବିକୁ ବିଭିଓଙ୍କ ପାଖରେ ରଖାଯିବ। ତେବେ ସୋମବାରଠାରୁ କୁକୁଡ଼ା ମରା ବାବଦ କ୍ଷତିପୂରଣ ଦିଆଯିବ। ୬ ସପ୍ତାହ ମଧ୍ୟରେ ଥିବା କୁକୁଡ଼ା ବାବଦକୁ ୨୦ ଟଙ୍କା ଏବଂ ୬ ସପ୍ତାହରୁ ଅଧିକ ଦିନର କୁକୁଡ଼ା ପାଇଁ ୯୦ ଟଙ୍କା ହିସାବରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ତେବେ ପିପିଲି ବ୍ଲକ ଲକ୍ଷ୍ମୀନାରାୟଣପୁର ଗ୍ରାମ ପଞ୍ଚାୟତର ଦିନଉଧାରଣପୁରରେ ବାର୍ଡ ଫ୍ଲୁ ହୋଇଥିବା ଆଶଙ୍କା କରି ସେଠାରୁ ନମୁନା ସଂଗ୍ରହ କରାଯାଇ ଭୋପାଲ ପଠାଯାଇଛି।

ଅନ୍ୟପକ୍ଷେ କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ ରେସକ୍ୟୁ ଟିମର ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (NIHSAD)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିନୟ କୁମାର ପଣ୍ଡା ସୂଚନା ଦେଇଛନ୍ତି।

ବାର୍ଡ ଫ୍ଲୁ ରୋକିବାକୁ ଚାରି ଜଣିଆ ଅଫିସରଙ୍କୁ ନେଇ ପିପିଲି ବ୍ଲକରେ ଗୋଟିଏ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ଏପରିକି ସନ୍ଦେହ ଭିତରେ ଥିବା ୧୦ଟି ଗାଁରେ ୧୦ଜଣ ଆଶାକର୍ମୀଙ୍କୁ ପ୍ରତେକ ଦିନ ପ୍ରତେକ ଗାଁରେ ଘରେ ଘରେ ବୁଲି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?