ବ୍ୟାପିଲା ବାର୍ଡ ଫ୍ଲୁ, ମରାଗଲା ୪୦୭ ବତକ

ଖୋର୍ଦ୍ଧା,୨୫।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ବ୍ଲକ ଜଂକିଆ ମୁଣ୍ଡାଆମ୍ବ ବାର୍ଡ ଫ୍ଲୁ ଘୋଷଣା କରାଯାଇଛି। ଗତକାଲି ପ୍ରଥମ ଦିନରେ ୪୫୦୭ କୁକୁଡା ମରାଯାଇ ପୋତାଯାଇଛି । ଦ୍ବିତୀୟ ଦିନରେ ବି ଏହି ଅଭିଯାନ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ କୁକୁଡ଼ା ଫାର୍ମ ନିକଟରେ ଥିବା ଏକ ବତକ ଫାର୍ମରେ ୪୦୭ ବତକଙ୍କୁ ମରା ଅଭିଯାନ ଚାଲିଛି। ଆଜି ପଶୁ ଚିକିତ୍ସା ବିଭାଗର ୧୧ଟି ଟିମ ବତକ ମରା ଅଭିଯାନରେ ସାମିଲ ଅଛନ୍ତି। ଜିଲା ପ୍ରାଣୀଧନ ପଶୁ ଚିକିତ୍ସା ବିଭାଗ ଡେପୁଟି ଡାଇରେକ୍ଟର ମାନସ କୁମାର ଚାନ୍ଦ ଜନ ସାଧାରଣ ଭୟଭୀତ ନହେବା ପାଇଁ କହିଛନ୍ତି। ଉକ୍ତ ଅଞ୍ଚଳର ଏକ କି.ମି. ପରିଧି ଅଞ୍ଚଳରେ ସର୍ଭେଲାନ୍ସ ରଖାଯାଇଛି। ୧୨ଟି ଆରଆରଟି ଟିମ ଆକ୍ଟିଭ ରହିଛି। ଏହାସହିତ ୨ଟି ଆରଆରଟି ଟିମ ସମ୍ପୃକ୍ତ ଅଂଚଳର ସ୍ଥିତି ଅନୁଧ୍ୟାନ କରୁଛନ୍ତି। ପ୍ରକାଶ ଯେ ଏହି କୁକୁଡା ଫାର୍ମ ପୂର୍ବରୁ ୭୦୦ କୁକୁଡା ମଡକ ହୋଇଥିଲା। ଖବରପାଇ ଟିମ ପହଞ୍ଚି ନମୁନା ସଂଗ୍ରହ କରି ପଠାଇଥିଲେ। ଭୋପାଳରୁ ରିପୋର୍ଟ ପଜିଟିଭ ଆସିବା ପରେ ପ୍ରଶାସନ ପକ୍ଷରୁ ବାର୍ଡ ଫ୍ଲ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri