ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା

ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କାଉ ମରିଥିବା ଜଣାପଡ଼ିଛି। ଖବରପାଇ ବେଗୁନିଆ ପ୍ରାଣୀ ଚିକିତ୍ସାଳୟର ଏକ ଡାକ୍ତରୀ ଟିମ୍‌ ପହଞ୍ଚି ମୃତ କାଉଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି।

ମିଳିଥିବା ସୂଚନାନୁସାରେ, ସକାଳ ପ୍ରାୟ ୯ଟାରେ କୋତଳାଙ୍ଗ ଗାଁ ଦାଣ୍ଡରେ ଗୋଟିଏ କାଉ ମରି ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଉଡ଼ି ଯାଉଥିବା କିଛି କାଉ ଗୋଟିଏ ପରେ ଗୋଟିଏ ତଳେ ମରି ପଡୁଥିବା ଦେଖିବାକୁ ମିଳିଥିଲା। ଗାଁ ଲୋକେ ବାର୍ଡ ଫ୍ଲୁ ଆଶଙ୍କା କରି ବେଗୁନିଆ ପ୍ରାଣୀ ଚିକିତ୍ସାଳୟକୁ ଖବର ଦେଇଥିଲେ। ଖବରପାଇ ବ୍ଲକ ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଶ୍ୱରଞ୍ଜନ ରାଉତଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ଘଟଣାର ଅନୁଧ୍ୟାନ କରିଥିଲେ। ମୃତ କାଉଙ୍କୁ ଏକାଠି କରି ରକ୍ତ ନମୁନା ସଂଗ୍ରହ କରାଯାଇଥିଲା। ସଂଗୃହୀତ ରକ୍ତ ଏବଂ ମୃତଦେହ କଟକ ଜିଲା ଫୁଲନଖରାସ୍ଥିତ ପ୍ରାଣୀ ଚିକିତ୍ସାଳୟ ତଥା ଗବେଷଣା କେନ୍ଦ୍ରକୁ ପଠାଯାଇଛି। ସେଠାରେ ଯଦି କୌଣସି ସନ୍ଦେହ କରାଯାଏ ତେବେ ଭୋପାଳ ସ୍ଥିତ ପ୍ରାଣୀ ବିଜ୍ଞାନ କେନ୍ଦ୍ରକୁ ପରୀକ୍ଷା ପାଇଁ ପଠାଯିବ। ରିପୋର୍ଟ ଆସିବା ପରେ ବାର୍ଡ ଫ୍ଲୁ କି ନାହିଁ ସ୍ପଷ୍ଟ ହେବ ବୋଲି ଡା. ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?