ବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ା

ମୋରଡ଼ା,୨୩ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ରେ କୁକୁଡ଼ା ମଡକ ଦେଖାଦେଇଛି। ବ୍ଲକ୍‌ ଅଧୀନ ଚିତ୍ରଡା ବାଉଁଶ ବଣ ନିକଟ ଏକ ନିଛାଟିଆ ପଡ଼ିଆରେ ପାଞ୍ଚ ଶହରୁ ଊର୍ଦ୍ଧ୍ୱ ମଲା କୁକୁଡ଼ା ରବିବାର ପଡିଥିବା ଦେଖିବାକୁ ମିଳିଛି। ଫଳରେ ଅଞ୍ଚଳରେ ବାର୍ଡ ଫ୍ଲୁକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ମୋରଡା ବ୍ଲକ୍‌ରେ ଛୋଟବଡ଼ ପାଖାପାଖି ୯୦ଟି ବ୍ରୟଲର କୁକୁଡ଼ା ଫାର୍ମ ଥିବା ବେଳେ ଉକ୍ତ ଫାର୍ମଗୁଡ଼ିକରୁ ବର୍ଷକୁ ୬ ଲକ୍ଷରୁ ଊର୍ଦ୍ଧ୍ୱ ବ୍ରୟଲର କୁକୁଡ଼ା ଉତ୍ପାଦନ ହୋଇଥାଏ। ତେଣୁ ଉକ୍ତ ଘଟଣା ହେତୁ ଫାର୍ମ ବ୍ୟବସାୟୀ ତଥା ବଜାରରେ ମାଂସ ବିକ୍ରି କରୁଥିବା ଦୋକାନୀଙ୍କ ଉପରେ ପ୍ରଭାବ ପଡ଼ିବା ସହିତ ସେମାନେ କ୍ଷତିଗ୍ରସ୍ତ ହେବେ ବୋଲି ଅଞ୍ଚଳରେ ଆଲୋଚନା ହେଉଛି।

ଏନେଇ ବ୍ଲକ୍‌ ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଅରବିନ୍ଦ ଜେନାଙ୍କୁ ପଚାରିବାରୁ ଯଦି ପ୍ରବଳ ମାତ୍ରାରେ କୁକୁଡ଼ା ମରେ ତେବେ ଏହା ରାଣୀକ୍ଷେତ ରୋଗ ବା ବାର୍ଡ଼ ଫ୍ଲୁ ହୋଇଥାଏ ପାରେ, ଯାହା ସ୍ବାବ ଟେଷ୍ଟ କଲେ ଜଣାପଡିବ। ଏତେ ମାତ୍ରାରେ କୁକୁଡ଼ା ମରିବା ବ୍ଲକ୍‌ର କୌଣସି ବ୍ରୟଲର କୁକୁଡ଼ା ଫାର୍ମରୁ ତାଙ୍କ ନଜରକୁ ଆସି ନାହିଁ କି କୌଣସି କୁକୁଡ଼ା ଚାଷୀ ତାଙ୍କୁ ଏବାବଦରେ କହି ନାହାନ୍ତି ବୋଲି କହିଛନ୍ତି। ସେହିପରି ବାହାର ଅଞ୍ଚଳର ବ୍ୟବସାୟୀମାନେ ଉକ୍ତ ମଲା କୁକୁଡ଼ା ଆଣି ଜଙ୍ଗଲରେ ପକାଇଥାଇ ପାରନ୍ତି। ଏ ନେଇ ଲୋକେ ଆତଙ୍କିତ ହେବାର ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri