ପୁରୀରେ ବାର୍ଡଫ୍ଲୁ ଆତଙ୍କ: ୩ ହଜାର କୁକୁଡ଼ା ମୃତ୍ୟୁ ଅଭିଯୋଗ, ତଦନ୍ତରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍

ପିପିଲି,୯।୭: ପୁରୀ ଜିଲାର ଡେଲାଙ୍ଗ ଅଞ୍ଚଳରେ ବାର୍ଡଫ୍ଲୁ ସନ୍ଦେହ ଯୋଗୁ ଆତଙ୍କ ଖେଳିଯାଇଛି। ଏହି ଘଟଣାର ଗୁରୁତ୍ୱ ଦେଖି ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଡେଲାଙ୍ଗରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ଏଯାଏ ଏହି ଅଞ୍ଚଳରେ ପ୍ରାୟ ୩ ହଜାର କୁକୁଡ଼ାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସ୍ବତନ୍ତ୍ର ଡାକ୍ତରୀ ଟିମ୍ ବିଭିନ୍ନ କୁକୁଡ଼ା ଫାର୍ମରୁ ମଳ ଓ ଲାଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି। ଏହା ସହିତ, ପ୍ରଶାସନ ତରଫରୁ ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ୩ ଜଣିଆ ରାପିଡ୍ ରେସ୍‌ପନ୍ସ ଟିମ୍‌ (ଆରଆରଟି) ଗଠନ କରାଯାଇଛି।

ସ୍ଥାନୀୟ ଜନସାଧାରଣ ଓ କୁକୁଡ଼ା ଫାର୍ମ ମାଲିକମାନଙ୍କ ମଧ୍ୟରେ ଏହି ଘଟଣାକୁ ନେଇ ଉଦ୍‌ବେଗ ଦେଖାଦେଇଛି। ପରୀକ୍ଷା ରିପୋର୍ଟ ଆସିବା ପରେ ବାର୍ଡଫ୍ଲୁର ସତ୍ୟତା ସ୍ପଷ୍ଟ ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପାଇଁ ପରିସ୍ଥିତି ଉପରେ ନଜର ରଖାଯାଇଛି ଏବଂ ଆବଶ୍ୟକ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri