କାମ୍ବୋଡିଆରେ ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ଜେନେଭା,୨୫।୨ : ଦକ୍ଷିଣ ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ବାର୍ଡ ଫ୍ଲୁ ସଂକ୍ରମଣରେ ୧୧ ବର୍ଷ ବୟସ୍କା ନାବାଳିକଙ୍କର ମୃତ୍ୟୁ ଘଟିଛି। ଏବେ ତାଙ୍କ ପିତାଙ୍କଠାରେ ମଧ୍ୟ ଏଚ-୫ଏନ-୧ ମାନବ ପକ୍ଷୀ ସ୍ବାଇନ ଫ୍ଲୁ ଭୁତାଣୁ ଚିହ୍ନଟ ହୋଇଛି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏହା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରଏଚ-୫ଏନ-୧ ମାନବ ପକ୍ଷୀ ସ୍ବାଇନ ଫ୍ଲୁକୁ ନେଇ ଉଦବେଗ ପ୍ରକାଶ କରାଯାଇଛି।

କାମ୍ବୋଡିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦକ୍ଷିଣ-ପୂର୍ବ କାମ୍ବୋଡିଆର ପ୍ରି ଭେଙ୍ଗ ପ୍ରଦେଶରେ ସମ୍ପୃକ୍ତ ନାବାଳିକାଙ୍କଠାରେ ଫେବୃଆରୀ ୧୬ ରେ ଜ୍ୱର, କାଶ ଏବଂ ଗଳାରେ ଲକ୍ଷଣ ପ୍ରକାଶ ପାଇଥିଲା। ଏହା ପରେ ଏୁ-୫ ଏନ-୧ ବାର୍ଡ ଫ୍ଲୁରେ ବୁଧବାର ତାଙ୍କର ମୃତ୍ୟୁ ଘଟିଥିଲା॥ ଏହା ପରେ ଅଧିକାରୀମାନେ ତାଙ୍କ ସହିତ ମିଳାମିଶା କରିଥିବା ୧୨ ଜଣଙ୍କର ନମୁନା ସଂଗ୍ରହ କରିଥିଲେ। ଏହି ନମୁନାଗୁଡିକର ପରୀକ୍ଷଣରେ, ତାଙ୍କ ୪୯ ବର୍ଷ ବୟସ୍କ ପିତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଅଧିକାରୀମାନେ ଏ ବିଷୟରେ ସୂଚନା ଦେଇଛନ୍ତି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ନେଇ ଉଦବେଗ ପ୍ରକାଶ କରିଛି। ପରିସ୍ଥିତି ସମ୍ପର୍କରେ କାମ୍ବୋଡିଆ କର୍ତ୍ତୃପକ୍ଷଙ୍କ ସହ ସମ୍ପର୍କ ଥିବା ସଂଗଠନ କହିଛି ଯେ ମଣିଷ କ୍ୱଚିତ ବାର୍ଡ ଫ୍ଲୁରେ ଆକ୍ରାନ୍ତ ହୁଏ। ଅବଶ୍ୟ, ଯଦି ଏହା ଘଟେ, ସାଧାରଣତଃ ସଂକ୍ରମିତ ପକ୍ଷୀମାନଙ୍କ ସହିତ ସିଧାସଳଖ ଯୋଗାଯୋଗ ହେତୁ ହୋଇଥାଏ। ବର୍ତ୍ତମାନ କାମ୍ବୋଡିଆର ଅନୁସନ୍ଧାନକାରୀମାନେ ସଂକ୍ରମିତ ସମ୍ପୃକ୍ତ ଲୋକେ ପକ୍ଷୀମାନଙ୍କ ସଂସ୍ପର୍ଶରେ ଆସିଛନ୍ତି କି ନାହିଁ ତାହା ଜାଣିବାକୁ ଚେଷ୍ଟା କରାଯାଉଛି। ଅନୁସନ୍ଧାନ ପରେ ଖୁବ ଶୀଘ୍ର ଏହା ଜଣା ପଡିବ ଯେ ଏହା ମାନବ-ମାନବ ସଂକ୍ରମଣ ଅଟେ କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?