Posted inଖେଳ

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅଭିଜ୍ଞ ବୀରେନ୍ଦ୍ର ଲାକ୍ରା ଓ ପ୍ରତିଭାସମ୍ପନ୍ନ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି। ପ୍ରକାଶଯୋଗ୍ୟ ଯେ, ଗୁରୁବାର ଘୋଷିତ ଭାରତୀୟ ମହିଳା ହକି ଦଳରେ ଓଡ଼ିଶାରୁ ଏକମାତ୍ର ଦୀପ୍‌ ଗ୍ରେସ୍‌ ଏକ୍କା ସ୍ଥାନ ପାଇଥିଲେ। ବୀରେନ୍ଦ୍ରଙ୍କର ପୂର୍ବରୁ ୨୦୧୨ ଅଲିମ୍ପିକ୍ସ ଖେଳିବାର ଅଭିଜ୍ଞତା ରହିଛି। ଆଣ୍ଠୁରେ ଆଘାତ ଯୋଗୁ ସେ ୨୦୧୬ ରିଓ ଅଲିମ୍ପିକ୍ସରେ ଖେଳିପାରି ନ ଥିଲେ। ମାତ୍ର ଅମିତଙ୍କ ପାଇଁ ଏହା ହେବ ପ୍ରଥମ ଅଲିମ୍ପିକ୍ସ। ଘୋଷିତ ୧୬ ଜଣିଆ ଦଳରେ ଅମିତଙ୍କ ସମେତ ୯ ଖେଳାଳି ପ୍ରଥମଥର ପାଇଁ ଅଲିମ୍ପିକ୍ସ ସ୍ବାଦ ପାଇବେ। ସେମାନେ ହେଲେ ହାର୍ଦ୍ଦିକ ସିଂ, ବିବେକ ସାଗର ପ୍ରସାଦ, ନୀଳକାନ୍ତ ଶର୍ମା, ସୁମିତ, ସମଶେର ସିଂ, ଦିଲପ୍ରୀତ ସିଂ, ଗୁରଜାନ୍ତ ସିଂ ଓ ଲଳିତ କୁମାର ଉପାଧ୍ୟାୟ। ୨୦୧୬ ପରେ କ୍ରମାଗତ ଦ୍ୱିତୀୟ ଥର ଅଲିମ୍ପିକ୍ସ ଖେଳିବାକୁ ଯାଉଥିବା ୬ ଖେଳାଳି ହେଲେ ପୂର୍ବତନ ଅଧିନାୟକ ତଥା ଗୋଲକିପର ପି.ଆର. ଶ୍ରୀଜେଶ, ମିଡ୍‌ଫିଲ୍ଡର ମନ୍‌ପ୍ରୀତ ସିଂ, ଡିଫେଣ୍ଡର ହରମନପ୍ରୀତ ସିଂ, ରୂପିନ୍ଦରପାଲ ସିଂ, ସୁରେନ୍ଦର କୁମାର ଓ ମନଦୀପ ସିଂ। ଅଧିନାୟକଙ୍କ ନାମ ଘୋଷଣା ହୋଇ ନ ଥିଲେ ହେଁ ମନ୍‌ପ୍ରୀତ ଦଳର ନେତୃତ୍ୱ ନେବା ସମ୍ଭାବନା ଅଧିକ ରହିଛି।
ଦଳରେ ଜଣେମାତ୍ର ଗୋଲକିପରଙ୍କୁ ନିଆଯାଇଥିବାରୁ ପ୍ରତିଭାସମ୍ପନ୍ନ କ୍ରିଷ୍ଣନ ବାହାଦୁର ପାଠକ ସୁଯୋଗ ପାଇନାହାନ୍ତି। ଦଳରେ ୫ ଜଣ ଲେଖାଏ ଡିଫେଣ୍ଡର, ମିଡ୍‌ଫିଲ୍ଡର ଏବଂ ଫରଓ୍ବାର୍ଡଙ୍କୁ ନିଆଯାଇଛି। ରିଓରେ ଖେଳିଥିବା ଆକାଶଦୀପ ସିଂ ଏବଂ ରମଣଦୀପ ସିଂଙ୍କ ପରି ନାମୀ ଖେଳାଳି ଏଥର ଦଳରେ ନାହାନ୍ତି।
ଅଲିମ୍ପିକ୍ସରେ ଭାରତ ୮ ସ୍ବର୍ଣ୍ଣ ପଦକ ପାଇଛି। ଶେଷଥର ପାଇଁ ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଦଳ ସ୍ବର୍ଣ୍ଣିମ ସଫଳତା ପାଇଥିଲା। ମାତ୍ର ୪ ଦଶନ୍ଧି ଧରି ପଦକ ଶୂନ୍ୟତା ରହିଛି। ଟୋକିଓ ଅଲିମ୍ପିକ୍ସର ପୁଲ୍‌-ଏ’ରେ ଏଥର ଭାରତ ରହିଛି। ଏହି ପୁଲ୍‌ରେ ଥିବା ଅନ୍ୟ ଦଳଗୁଡ଼ିକ ହେଲେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା, ୩ ଥର ବିଶ୍ୱ ଚାମ୍ପିୟନ ତଥା ବିଶ୍ୱର ନମ୍ବର ଓ୍ବାନ ଟିମ୍‌ ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ସ୍ପେନ ଏବଂ ଆୟୋଜକ ଜାପାନ।
ଭାରତୀୟ ଦଳ
ଗୋଲକିପର: ପି.ଆର. ଶ୍ରୀଜେଶ
ଡିଫେଣ୍ଡର: ହରମନପ୍ରୀତ ସିଂ, ରୂପିନ୍ଦରପାଲ ସିଂ, ସୁରେନ୍ଦର କୁମାର, ଅମିତ ରୋହିଦାସ, ବୀରେନ୍ଦ୍ର ଲାକ୍ରା।
ମିଡ୍‌ଫିଲ୍ଡର: ହାର୍ଦ୍ଦିକ ସିଂ, ମନ୍‌ପ୍ରୀତ ସିଂ, ବିବେକ ସାଗର ପ୍ରସାଦ, ନୀଳକାନ୍ତ ଶର୍ମା, ସୁମିତ।
ଫରଓ୍ବାର୍ଡ: ସମଶେର ସିଂ, ଦିଲପ୍ରୀତ ସିଂ, ଗୁରଜାନ୍ତ ସିଂ, ଲଳିତ କୁମାର ଉପାଧ୍ୟାୟ, ମନଦୀପ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri