ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେବା ସହିତ ଦଳର ସଭାପତିଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଟିକେଟ ଆଶାରେ ଥିଲେ ନାରାୟଣ। ସେ ବିଜୁ ଜନତା ଦଳ ସହିତ ଦୀର୍ଘ ଦିନରୁ ଜଡ଼ିତ ଥିବାବେଳେ ବୀରମହାରାଜପୁର ବ୍ଲକ ଯୁବ ବିଜେଡି ସଭାପତି ଦାୟିତ୍ୱରେ ଥିଲେ। ତାଙ୍କ ସହ ସହ ତାଙ୍କ ସ୍ତ୍ରୀ ଶାନ୍ତି ଲୁହା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଭାବେ ଅବସ୍ଥାପିତ ଅଛନ୍ତି ଏବଂ ନାରାୟଣ ଉପାଧ୍ୟକ୍ଷ ଭାବେ ଅଛନ୍ତି । ଆଜି ତାଙ୍କ ସମର୍ଥକଙ୍କ ସହିତ ବିଜୁ ଜନତା ଦଳରୁ ସେ ଇସ୍ତଫା ଦେଇଥିବା ବେଳେ କେତେକ ସରପଞ୍ଚ ଓ ସମିତିସଭ୍ୟା,ସଭ୍ୟ ମଧ୍ୟ ଉକ୍ତ ଲିଷ୍ଟରେ ସାମିଲ ହୋଇଛନ୍ତି। ସେହିପରି ବିଜେଡିର କର୍ମକର୍ତ୍ତାମାନେ ମଧ୍ୟ ଇସ୍ତଫା ଦେଇଛନ୍ତି। ତେବେ ଆଗାମୀ ଦିନରେ ସେ କେଉଁ ଦଳକୁ ଯିବେ ତାହା ସ୍ପଷ୍ଟ କରି ନାହାନ୍ତି। ବିଜେଡିକୁ ଆଗାମୀ ନିର୍ବାଚନରେ ଉଚିତ ଜବାବ ଦିଆଯିବ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି। ବିଜେଡି ସଠିକ କର୍ମକର୍ତ୍ତାଙ୍କୁ ଚିହ୍ନି ପାରିଲା ନାହିଁ ବୋଲି ସେ କହିଛନ୍ତି। ନିଜ ସମର୍ଥକଙ୍କ ପରାମର୍ଶ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri