ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଛେଣ୍ଡ କଳିଙ୍ଗବିହାରସ୍ଥିତ ନବ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏହା ସହ ମୋ’ ବସ ସେବା, ବିର୍ସା ମୁଣ୍ଡା ଇନଡୋର ଷ୍ଟାଡିୟମ, ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଓ ୧୭ଟି ବ୍ଲକରେ ଥିବା ଆଷ୍ଟ୍ରୋଟର୍ଫ ସହ ଅନ୍ୟାନ୍ୟ ପ୍ରକଳ୍ପକୁ ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ମଧ୍ୟାହ୍ନ ସମୟରେ ଉକ୍ତ କାର୍ଯ୍ୟକ୍ରମଗୁଡିକ ହେବ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତକୁ ନେଇ ୩୬ ଜଣ ବିଧାୟକଙ୍କ ସହ ୪ ଜଣ ମନ୍ତ୍ରୀ ଦାୟିତ୍ୱରେ ଅଛନ୍ତି। ବୁଧବାର ବିର୍ସା ମୁଣ୍ଡା ଷ୍ଟାଡିୟମ ଆଖପାଖ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ରାଉରକେଲା ବିମାନ ବନ୍ଦର ଓ ବିର୍ସା ମୁଣ୍ଡା ଷ୍ଟାଡିୟମକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାକୁ ଯାତାୟାତ ପାଇଁ ବାରଣ କରାଯାଇଛି। ବିର୍ସା ମୁଣ୍ଡା ଷ୍ଟାଡିୟମ ଓ ରାଉରକେଲା ବିମାନ ବନ୍ଦର ଆଖପାଖ ଅଞ୍ଚଳରେ ଦୁଇ ପ୍ଲାଟୁନ ପୋଲିସ ମୁତୟନ କରାଯିବା ସହ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ଏଥିସହ ସହରରେ ୧୨ଟି ସ୍ଥାନରେ ପୋଲିସ ପ୍ରଶାସନ ପକ୍ଷରୁ ଚେକ୍‌ପୋଷ୍ଟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଯାତାୟାତ କରିବେ ସେ ଅଞ୍ଚଳରେ ପୋଲିସ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟା ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଗୁରୁବାର ଦିନ ୧୨ଟା ୧୫ରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ବିର୍ସା ମୁଣ୍ଡା ଷ୍ଟାଡିୟମକୁ ଗସ୍ତ କରି ସେଠାରେ ହକି ଖେଳାଳିଙ୍କ ସହ ମତ ବିନିମୟ କରିବେ। ସେଠାରୁ ଅପରାହ୍ନ ୪ଟାରେ ବାସନ୍ତୀ କଲୋନୀ ଡିଏଭି ପୋଖରୀ ନିକଟରେ ଥିବା ସଭାସ୍ଥଳକୁ ଯାତ୍ରା କରି ମୋ ବସ୍‌ ଓ ସହରରେ ଅନ୍ୟାନ୍ୟ ପ୍ରକଳ୍ପଗୁଡ଼ିକୁ ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, କ୍ରୀଡା ଓ ଯୁବସେବା ବିଭାଗର ସଚିବ ଆର. ଭିନିଲ କ୍ରିଷ୍ଣା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ସୁନ୍ଦରଗଡ଼ ଜିଲା ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡେଇ, ରାଜ୍ୟ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ରହିବେ। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତକୁ ନେଇ ଜିଲାରେ ଥିବା ୧୭ଟି ବ୍ଲକର ପ୍ରମୁଖ ଦଳୀୟକର୍ମୀମାନେ ରହି ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବେ ବୋଲି ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?