ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଛେଣ୍ଡ କଳିଙ୍ଗବିହାରସ୍ଥିତ ନବ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏହା ସହ ମୋ’ ବସ ସେବା, ବିର୍ସା ମୁଣ୍ଡା ଇନଡୋର ଷ୍ଟାଡିୟମ, ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଓ ୧୭ଟି ବ୍ଲକରେ ଥିବା ଆଷ୍ଟ୍ରୋଟର୍ଫ ସହ ଅନ୍ୟାନ୍ୟ ପ୍ରକଳ୍ପକୁ ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ମଧ୍ୟାହ୍ନ ସମୟରେ ଉକ୍ତ କାର୍ଯ୍ୟକ୍ରମଗୁଡିକ ହେବ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତକୁ ନେଇ ୩୬ ଜଣ ବିଧାୟକଙ୍କ ସହ ୪ ଜଣ ମନ୍ତ୍ରୀ ଦାୟିତ୍ୱରେ ଅଛନ୍ତି। ବୁଧବାର ବିର୍ସା ମୁଣ୍ଡା ଷ୍ଟାଡିୟମ ଆଖପାଖ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ରାଉରକେଲା ବିମାନ ବନ୍ଦର ଓ ବିର୍ସା ମୁଣ୍ଡା ଷ୍ଟାଡିୟମକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାକୁ ଯାତାୟାତ ପାଇଁ ବାରଣ କରାଯାଇଛି। ବିର୍ସା ମୁଣ୍ଡା ଷ୍ଟାଡିୟମ ଓ ରାଉରକେଲା ବିମାନ ବନ୍ଦର ଆଖପାଖ ଅଞ୍ଚଳରେ ଦୁଇ ପ୍ଲାଟୁନ ପୋଲିସ ମୁତୟନ କରାଯିବା ସହ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ଏଥିସହ ସହରରେ ୧୨ଟି ସ୍ଥାନରେ ପୋଲିସ ପ୍ରଶାସନ ପକ୍ଷରୁ ଚେକ୍‌ପୋଷ୍ଟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଯାତାୟାତ କରିବେ ସେ ଅଞ୍ଚଳରେ ପୋଲିସ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟା ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଗୁରୁବାର ଦିନ ୧୨ଟା ୧୫ରେ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ବିର୍ସା ମୁଣ୍ଡା ଷ୍ଟାଡିୟମକୁ ଗସ୍ତ କରି ସେଠାରେ ହକି ଖେଳାଳିଙ୍କ ସହ ମତ ବିନିମୟ କରିବେ। ସେଠାରୁ ଅପରାହ୍ନ ୪ଟାରେ ବାସନ୍ତୀ କଲୋନୀ ଡିଏଭି ପୋଖରୀ ନିକଟରେ ଥିବା ସଭାସ୍ଥଳକୁ ଯାତ୍ରା କରି ମୋ ବସ୍‌ ଓ ସହରରେ ଅନ୍ୟାନ୍ୟ ପ୍ରକଳ୍ପଗୁଡ଼ିକୁ ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, କ୍ରୀଡା ଓ ଯୁବସେବା ବିଭାଗର ସଚିବ ଆର. ଭିନିଲ କ୍ରିଷ୍ଣା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ସୁନ୍ଦରଗଡ଼ ଜିଲା ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡେଇ, ରାଜ୍ୟ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ରହିବେ। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତକୁ ନେଇ ଜିଲାରେ ଥିବା ୧୭ଟି ବ୍ଲକର ପ୍ରମୁଖ ଦଳୀୟକର୍ମୀମାନେ ରହି ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବେ ବୋଲି ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri