Posted inଖେଳ

ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ସର୍ବବୃହତ୍‌: ଏଫ୍‌ଆଇଏଚ୍‌

ଭୁବନେଶ୍ୱର,୧୫।୧(ସ୍ପୋଟର୍‌ସ ବ୍ୟୁରୋ): ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ବିଶ୍ୱର ସର୍ବବୃହତ୍‌ ହକି ଷ୍ଟାଡିୟମ ଭାବରେ ସ୍ବୀକୃତି ପ୍ରଦାନ କରିଛି ଅନ୍ତର୍ଜାତୀୟ ହକି ଫେଡେରେଶନ୍‌(ଆଇଏଚ୍‌ଏଫ୍‌)। ସ୍ବୀକୃତି ମିଳିବା ପରେ ଷ୍ଟାଡିୟମଟି ସର୍ବବୃହତ୍‌ କି ନାହିଁ ତାହାକୁ ନେଇ ଲାଗି ରହିଥିବା ବିବାଦରେ ପଡିଛି ପୂର୍ଣ୍ଣଚ୍ଛେଦ। କେବଳ ହକି ପାଇଁ ସ୍ବତନ୍ତ୍ର ଭାବରେ ଷ୍ଟାଡିୟମ ନିର୍ମାଣ କରାଯାଇଥିବା ବେଳେ ଶନିବାର ଏଫ୍‌ଆଇଏଚ୍‌ ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯିବା ସହିତ ଏହାକୁ ଏକ କଳାକୃତି ଭାବରେ ବର୍ଣ୍ଣନା କରାଯାଇଛି। ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ଷ୍ଟାଡିୟମକୁ ସର୍ବବୃହତ୍‌ ବୋଲି ଦାବି କରାଯାଇଥିବା ବେଳେ ଏହାକୁ ଖଣ୍ଡନ କରିଥିଲେ ବିରୋଧୀ। ୨୧ ହଜାର କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମଟି କେବଳ ହକି ଖେଳ ପାଇଁ ଉଦ୍ଦିଷ୍ଟ। ଶୁକ୍ରବାର ଠାରୁ ଏହି ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍‌ ଖେଳାଯାଇଥିବା ବେଳେ ଏକ ଇମେଲ ଜରିଆରେ ହକି ଇଣ୍ଡିଆ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିଲା। ଲାହୋରର ନ୍ୟାଶନାଲ ହକି ଷ୍ଟାଡିୟମରେ ୪୫ ହଜାର ଦର୍ଶକ କ୍ଷମତା ରହିଥିବା ବେଳେ ଚଣ୍ଡୀଗଡ ହକି ଷ୍ଟାଡିୟମର ଦର୍ଶକ କ୍ଷମତା ୩୦ ହଜାର , ଲସଏଞ୍ଜେଲେସର ଓ୍ବେନ୍‌ଗାର୍ଟ ଷ୍ଟାଡିୟମର ଦର୍ଶକ କ୍ଷମତା ୨୨୩୫୫ ରହିଛି। ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ କେବଳ ସ୍ବତନ୍ତ୍ର ଭାବରେ ହକି ଖେଳ ପାଇଁ ପ୍ରସ୍ତୁତ କରାଯାଇଛି। ଏହା ବ୍ୟତୀତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମର ଦର୍ଶକ କ୍ଷମତା ୧୫ ହଜାର ରହିଛି। ୨୦୦ କୋଟି ଟଙ୍କା ବିନିଯୋଗରେ ଏହି ଷ୍ଟାଡିୟମ ମାତ୍ର ୧୫ ମାସର ସମୟରେ ନିର୍ମାଣ କରାଯାଇଥିଲା। ବିଶ୍ୱକପ୍‌ର ୪୪ ମ୍ୟାଚ୍‌ ମଧ୍ୟରୁ ଏହି ଷ୍ଟାଡିୟମରେ ୨୦ ମ୍ୟାଚ ଖେଳାଯିବ। ୧୨୦ ଏକରର ବିପିୟୁଟି କ୍ୟାମ୍ପସ ମଧ୍ୟରେ ୩୫ ଏକର ଅଞ୍ଚଳରେ ଏହି ଷ୍ଟାଡିୟମଟି ପରିବ୍ୟାପ୍ତ। ଏହି ଷ୍ଟାଡିୟମରେ ଭିନ୍ନ ଭାବରେ ଫିଟନେସ ସେଣ୍ଟର ଓ ସ୍ବିମିଂ ପୁଲ୍‌ ରହିଥିବା ବେଳେ ପ୍ରାକ୍ଟିସ୍‌ ପିଚ୍‌ ଓ ଡ୍ରେସିଂ ରୁମ୍‌କୁ ସଂଯୋଗ କରୁଥିବା ଏକ ଟନେଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri