‘ଭାରତକୁ ସ୍ବାଧୀନତା ଆଣିବାରେ ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ବଡ଼ ଧୂମ୍‌ଧାମରେ ପାଳନ କରାଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନ ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଯୋଗଦେଇ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ସମ୍ପର୍କରେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଜଣାଇଥିଲେ। ଭାରତକୁ ସ୍ବାଧୀନତା ଆଣିବାରେ ଆଦିବାସୀ ସମ୍ପ୍ରଦାୟର ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ ବୋଲି ଅତିଥିମାନେ କହିଛନ୍ତି। ଏହି ଜୟନ୍ତୀ ଦିବସକୁ ଜନ ଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଇଛି। ଏଥିସହ ବିଦ୍ୟାଳୟ ପରିଚାଳନା କମିଟି ଅଭିଭାବକ ଓ ଛାତ୍ରୀଛାତ୍ରଙ୍କୁ ନେଇ ଆମେ ଜାଣିବା ଓ ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରଙ୍କ ପାଇଁ ସରକାର କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କୁ ଅବଗତ କରାଯାଇଥିଲା। ସେମାନଙ୍କୁ ବାଲ୍ୟ ବିବାହଠାରୁ ଦୂରରେ ରଖିବା ସହ ଶିଶୁଶ୍ରମିକଠାରୁ ମଧ୍ୟ ଦୂରରେ ରଖାଯିବାକୁ ଅତିଥିମାନେ ଜଣାଇଥିଲେ। ଭଲ ପାଠ ପଢ଼ିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯିବା ସହ ସରକାର ଦେଉଥିବା ସମସ୍ତ ସୁବିଧାକୁ ଛାତ୍ରୀଛାତ୍ର କିଭଳି ଫାଇଦା ନେଇପାରିବେ ଓ ଭବିଷ୍ୟତ ଗଠନ କରିବା ସହ ନିଜ ସ୍ବପ୍ନ ପୂରଣ କରି ସ୍ବାବଲମ୍ବୀ ହୋଇପାରିବେ ସେ ନେଇ ଅତିଥିମାନେ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ସୋନାଲିକା ପୃଷ୍ଟି, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ଆଶାଲତା ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ ଆଦି ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri