ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡା. ଅମରେନ୍ଦ୍ର ମହାନ୍ତି ଯୋଗଦେଇ ଜନ୍ମମୃତ୍ୟୁ ପଞ୍ଜୀକରଣ ସହ ଆହୁରି ଅନେକ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପରିସଂଖ୍ୟାନ କାର୍ଯ୍ୟ କରୁଥିବା ପରିସଂଖ୍ୟାନ କର୍ମଚାରୀମାନଙ୍କୁ ସେମାନଙ୍କ ଦାୟିତ୍ୱ ଓ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟ ସେବିକା ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ଏହି କ୍ଷେତ୍ରରେ ସେବିକା, ନର୍ସିଂ ଅଧିକାରୀ ଓ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ (ସିଏଚ୍‌ଓ) ମାନଙ୍କ ଯୋଗଦାନ ଏବଂ କାର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। ରାଜ୍ୟ ସ୍ବାସ୍ଥ୍ୟ ସୂଚନା ଓ ପରିସଂଖ୍ୟାନ ନିର୍ଦ୍ଦେଶକ ଡା. ରାମଚନ୍ଦ୍ର ରାଉତ ଏହି ତାଲିମର ଉଦ୍ଦେଶ୍ୟ, କାର୍ଯ୍ୟକାରିତା, ସାମାଜିକ ପ୍ରତିବଦ୍ଧତା ଉପରେ ଦିଗ୍‌ଦର୍ଶନ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ନିର୍ଦ୍ଦେଶକ ଡା. ଅଜିତ୍‌ କୁମାର ଦଳେଇ, ଅତିରିକ୍ତ ନିର୍ଦ୍ଦେଶିକା ଡା. ପୁଷ୍ପିତା ମହାନ୍ତି ଓ ୟୁନିସେଫ୍‌ର ପରାମର୍ଶଦାତା ଅପରାଜିତ୍‌ ସିହ୍ନା ପ୍ରମୁଖ ଯୋଗ ଦେଇ ତାଲିମ ପ୍ରଦାନ ପୂର୍ବକ ପରିଚାଳନାରେ ସାହାଯ୍ୟ କରିଥିଲେ।
୨୦୨୧ ଜାନୁଆରୀ ୧ଠାରୁ ରାଜ୍ୟରେ ପ୍ରଥମଥର ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ ମାଧ୍ୟମରେ ଜନ୍ମମୃତ୍ୟୁ ପଞ୍ଜୀକରଣ ସହ ସାର୍ଟିଫିକେଟ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri