ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ କମିଟି ପକ୍ଷରୁ ରବିବାର ତାଙ୍କ ୧୦୧ତମ ଜନ୍ମଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ତାଙ୍କ ପୁତ୍ର ବିଘ୍ନେଶ୍ୱର ସାହୁଙ୍କ ତତ୍ତ୍ୱାବଧାନରେ ହୋଇଥିବା କାର୍ଯ୍ୟକ୍ରମରେ କବି ବୃନ୍ଦାବନ ପଣ୍ଡା ସଂଯୋଜନା ଓ ଚାଷୀ ନେତା ଶମ୍ଭୁ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ବରିଷ୍ଠ ଆଇନଜୀବୀ ନୋଟାରି ପବ୍ଲିକ ତଥା ସମାଜବିଜ୍ଞାନୀ ଭଗବାନ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ତାଙ୍କ ସ୍ମୃତି ଚାରଣ କରିବା ସହ ସାମ୍ପ୍ରତିକ ପରିସ୍ଥିତିରେ ସମାଜବାଦ ଏକମାତ୍ର ବିକଳ୍ପ ବୋଲି ସେ କହିଥିଲେ। ବର୍ତ୍ତମାନର ରାଜନୀତି ରେ ନୀତି ଓ ନୈତିକତାର ସ୍ଥାନ ନାହିଁ ବୋଲି କ୍ଷୋଭ ପ୍ରକାଶ କରିଥିଲେ।

ବର୍ତ୍ତମାନ ଗଣତନ୍ତ୍ର ଓ ସମ୍ବିଧାନକୁ ହତ୍ୟା କରି ଉଗ୍ର ସାମ୍ରାଜ୍ୟବାଦ ପ୍ରତିଷ୍ଠା ପାଇଁ ହିନ୍ଦୁତ୍ୱ ନାଁରେ ଏକ ନିର୍ଦ୍ଦିଷ୍ଟ ସଙ୍ଗଠନ ଉଦ୍ୟମ ଚଳାଇଛି ବୋଲି ସେ କଟାକ୍ଷ କରିଥିଲେ।ତେଣୁ ଭାରତବର୍ଷରେ ସାମ୍ୟ, ସହଁତି ଓ ସମାଜବାଦ ପ୍ରତିଷ୍ଠା ପାଇଁ ଯୁବସମାଜ ଆଗେଇ ଆସିବା ଉଚିତ ବୋଲି ସେ ଆହ୍ବାନ ଜଣାଇଥିଲେ।

ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ସିପିଆଇ ଜିଲା ସମ୍ପାଦକ ଶ୍ରୀହର୍ଷ ରଥ, ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ପ୍ରକାଶ ପାତ୍ର, ସିପିଆଇ (ଏମଏଲ) ନ୍ୟୁ ଡେମୋକ୍ରେସିର ରାଜ୍ୟ ସାଧାରଣ ସମ୍ପାଦକ ଭାଲ ଚନ୍ଦ୍ର ଷଡଙ୍ଗୀ, ସିପିଆଇ(ଏମ)ର ପୂର୍ବତନ ଜିଲା ସମ୍ପାଦକ କୈଳାସ ଷଡଙ୍ଗୀ, ଏନ.ଭାନୁମତୀ ରେଡ୍ଡୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ବାଇଁ, ସିପିଆଇ ଜୋନାଲ ସମ୍ପାଦକ କୈଳାସ ପାତ୍ର, ସାହିତି୍ୟକ ଡ଼. ଲକ୍ଷ୍ମୀନାରାୟଣ ଦାସ,ଆଇନଜୀବୀ କୁରେଶୁ ପଣ୍ଡା, ଅଶେଷ ନାଥ ମିଶ୍ର ସମ୍ମାନିତ ଅତିଥି ରୂପେ ଯୋଗଦେଇ ବିଶ୍ୱନାଥଙ୍କ ଆଦର୍ଶ ଗୁଣାବଳୀର ସ୍ମୃତିଚାରଣ କରିଥିଲେ।ଏହି ଅବସରରେ କମିଟି ପକ୍ଷରୁ ୧୯ ଜଣ ବୟୋଜ୍ୟେଷ୍ଠ ସାମାଜିକ କର୍ମୀଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri