Posted inଖେଳ

ନିଆରା ଅନ୍ଦାଜରେ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି। କେବଳ ଏତିକି ନୁହେଁ ଏକଦିବସୀୟ କ୍ରିକେଟର୍‌ ଏକ ମ୍ୟାଚ୍‌ରେ ୨୬୪ ରନ୍‌ କରି ବିଶ୍ୱ ରେକର୍ଡ ମଧ୍ୟ ହାସଲ କରିଛନ୍ତି। ରୋହିତ ଶର୍ମା ପିଲାବେଳୁ ଜଣେ ବୋଲର୍‌ ହେବାକୁ ଚାହୁଁଥିଲେ। କିନ୍ତୁ ତାଙ୍କ କୋଚ ଦିନେଶ ଲାଡ ତାଙ୍କୁ ବ୍ୟାଟ୍ସମ୍ୟାନ୍‌ ହେବାକୁ ପରାମର୍ଶ ଦେଇଥିଲେ। ଏହାପରେ ତାଙ୍କ ଭାଗ୍ୟ ବଦଳି ଯାଇଥିଲା। କ୍ରିକେଟ ସହ ତାଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ଚର୍ଚ୍ଚାରେ ଥିଲା। ସେ ତାଙ୍କ ସ୍ପୋର୍ଟସ ମ୍ୟାନେଜର ରିତିକା ସଜଦେହଙ୍କୁ ବିବାହ କରିଥିଲେ। ରିତିକା ଯୁବରାଜ ସିଂଙ୍କ ରାଖି ଭଉଣୀ ଥିଲେ। ୨୦୦୮ରେ ଏକ ବ୍ରାଣ୍ଡ ଶୁଟିଂ ସମୟରେ ଯୁବରାଜଙ୍କ ଜରିଆରେ ରୋହିତ ରିତିକାଙ୍କୁ ଭେଟିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ୬ ବର୍ଷ ପରସ୍ପରକୁ ଡେଟ୍‌ କରିବା ପରେ ରୋହିତ ନିଆରା ଅନ୍ଦାଜରେ ରିତିକାଙ୍କୁ ପ୍ରପୋଜ କରିଥିଲେ। ରୋହିତ ମୁମ୍ବାଇର ବୋରିଭଲି ସ୍ପୋଟର୍‌ସ କ୍ଲବରେ ଆଣ୍ଠୁ ମାଡି ପ୍ରପୋଜ କରିଥିଲେ। ଏହାକୁ ତୁରନ୍ତ ସ୍ବୀକାର କରିଥିଲେ ରିତିକା। ଏହା ରୋହିତଙ୍କ ପାଇଁ ବେଶ୍‌ ଖାସ୍‌ ଥିଲା। କାରଣ ବୋରିଭଲି ସ୍ପୋଟର୍‌ସ କ୍ଲବରେ ସେ ୧୧ ବର୍ଷ ବୟସରୁ କ୍ରିକେଟ୍‌ ଖେଳିବା ଆରମ୍ଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri