Posted inଖେଳ

ନିଆରା ଅନ୍ଦାଜରେ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି। କେବଳ ଏତିକି ନୁହେଁ ଏକଦିବସୀୟ କ୍ରିକେଟର୍‌ ଏକ ମ୍ୟାଚ୍‌ରେ ୨୬୪ ରନ୍‌ କରି ବିଶ୍ୱ ରେକର୍ଡ ମଧ୍ୟ ହାସଲ କରିଛନ୍ତି। ରୋହିତ ଶର୍ମା ପିଲାବେଳୁ ଜଣେ ବୋଲର୍‌ ହେବାକୁ ଚାହୁଁଥିଲେ। କିନ୍ତୁ ତାଙ୍କ କୋଚ ଦିନେଶ ଲାଡ ତାଙ୍କୁ ବ୍ୟାଟ୍ସମ୍ୟାନ୍‌ ହେବାକୁ ପରାମର୍ଶ ଦେଇଥିଲେ। ଏହାପରେ ତାଙ୍କ ଭାଗ୍ୟ ବଦଳି ଯାଇଥିଲା। କ୍ରିକେଟ ସହ ତାଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ଚର୍ଚ୍ଚାରେ ଥିଲା। ସେ ତାଙ୍କ ସ୍ପୋର୍ଟସ ମ୍ୟାନେଜର ରିତିକା ସଜଦେହଙ୍କୁ ବିବାହ କରିଥିଲେ। ରିତିକା ଯୁବରାଜ ସିଂଙ୍କ ରାଖି ଭଉଣୀ ଥିଲେ। ୨୦୦୮ରେ ଏକ ବ୍ରାଣ୍ଡ ଶୁଟିଂ ସମୟରେ ଯୁବରାଜଙ୍କ ଜରିଆରେ ରୋହିତ ରିତିକାଙ୍କୁ ଭେଟିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ୬ ବର୍ଷ ପରସ୍ପରକୁ ଡେଟ୍‌ କରିବା ପରେ ରୋହିତ ନିଆରା ଅନ୍ଦାଜରେ ରିତିକାଙ୍କୁ ପ୍ରପୋଜ କରିଥିଲେ। ରୋହିତ ମୁମ୍ବାଇର ବୋରିଭଲି ସ୍ପୋଟର୍‌ସ କ୍ଲବରେ ଆଣ୍ଠୁ ମାଡି ପ୍ରପୋଜ କରିଥିଲେ। ଏହାକୁ ତୁରନ୍ତ ସ୍ବୀକାର କରିଥିଲେ ରିତିକା। ଏହା ରୋହିତଙ୍କ ପାଇଁ ବେଶ୍‌ ଖାସ୍‌ ଥିଲା। କାରଣ ବୋରିଭଲି ସ୍ପୋଟର୍‌ସ କ୍ଲବରେ ସେ ୧୧ ବର୍ଷ ବୟସରୁ କ୍ରିକେଟ୍‌ ଖେଳିବା ଆରମ୍ଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri