Posted inଖେଳ

ଧୋନୀଙ୍କ ପ୍ରଥମ ରୋଜଗାର କେତେ ଟଙ୍କା ଥିଲା ଜାଣନ୍ତି କି

ମହେନ୍ଦ୍ର ସିଂ ଧୋନୀ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ବଡ କ୍ରିକେଟର ହେବା ତାଙ୍କ ଖୁବ୍‌ ସଂଘର୍ଷ କରିବାକୁ ପଡିଥିଲା। ମହେନ୍ଦ୍ର ସିଂ ଧୋନୀ ଆରମ୍ଭରୁ କ୍ରିକେଟ ପ୍ରତି ଆଗ୍ରହ ପ୍ରକାଶ କରି ନ ଥିଲେ। ସେ ବିଦ୍ୟାଳୟ ସ୍ତରରେ ଫୁଟବଲ ଦଳର ଗୋଲକିପର ଥିଲେ ଏବଂ ଏହି କ୍ଷେତ୍ରରେ ଆଗକୁ ବଢିବାକୁ ଚାହୁଁଥିଲେ। ଧୋନୀ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ସ୍କୁଲ କ୍ରିକେଟ ଦଳରେ ହଠାତ୍‌ ଜଣେ ଉଇକେଟ କିପର ଆବଶ୍ୟକ ପଡିଲା। ସେତେବେଳେ କ୍ରିକେଟ ପ୍ରଶିକ୍ଷକ ତାଙ୍କ ଗୋଲକିପିଂ ଦେଖିଲେ, ଧୋନୀଙ୍କ ଉପରେ ସେ ବହୁତ ପ୍ରଭାବିତ ହୋଇଥିଲେ।ସେ ହିଁ ଉଇକେଟ କିପିଂ ଦାୟିତ୍ୱ ତୁଲାଇ ପାରିବେ ଭାବି ତାଙ୍କୁ ସେହି ଦାୟିତ୍ୱ ଦେଇଥିଲେ। ଆଗ୍ରହ ନ ଥିଲେ ମଧ୍ୟ ଧୋନୀ କିପିଂ ଶିଖି ମ୍ୟାଚ୍‌ ଖେଲି ସଫଳ ମଧ୍ୟ ହୋଇଥିଲେ। ସେବେଠେୁ ଆରମ୍ଭ ହୋଇଥିଲା ଧୋନୀଙ୍କ କ୍ରିକେଟ ଜୀବନ। ପ୍ରଥମେ ଧୋନୀ ମେକନ କ୍ଲବ ଏବଂ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡର ସ୍ଥାନୀୟ ଦଳରେ ଯୋଗ ଦେଇଥିଲେ। ଏଠାରେ ସେ ବେତନ ଭାବରେ ୬୨୫ ଟଙ୍କା ପାଇଲେ। ଏହା ତାଙ୍କର ପ୍ରଥମ ରୋଜଗାର ଥିଲା। ଏହା ପରେ ଧୋନୀ ସେଣ୍ଟ୍ରାଲ କୋଲଫିଲ୍ଡସ ଲିମିଟେଡ କ୍ଲବରେ ଯୋଗ ଦେଇଥିଲେ। ଏଠାରେ ତାଙ୍କର ରୋଜଗାର ୨୦୦୦ ଟଙ୍କାକୁ ବୃଦ୍ଧି ପାଇଲା। କେବଳ ଏତିକି ନୁହେଁ, ଧୋନୀ ଏଠାରେ ୨୦୦ ଟଙ୍କାର ବୋନସ ମଧ୍ୟ ପାଉଥିଲେ। କାରଣ ସେ ଜଣେ ମ୍ୟାଚ ବିଜେତା ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri