ବିରୁଷ୍କାଙ୍କ ପଡୋଶୀ ହେବେ ଭିକି-କାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହେବେ। ତେବେ ଭିକି ନିଜ ନବବିବାହିତା ସ୍ତ୍ରୀଙ୍କୁ ଧରି ଭଡା ଘରେ ରହିବେ । ଏପରିକି ଖୁବ୍‌ଶୀଘ୍ର ସେମାନେ ଅନୁଷ୍କା ଶର୍ମା -ବିରାଟ କୋହଲିଙ୍କ ପଡୋଶୀ ହେବେ ବୋଲି ଜଣାଯାଇଛି।
ସେମାନେ ମୁମ୍ବାଇର ସେଲିବ୍ରିଟି ଏରିଆ ଜୁହୁରେ ଥିବା ୮ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ ରାଜ ମହଲରେ ରହିବେ। ଏଥିପାଇଁ ଭିକି ଗତ ଜୁଲାଇ ମାସରୁ ସି-ଫେସିଂ ଏକ ଫ୍ଲାଟ୍‌ ଭଡା ନେଇଛନ୍ତି। ଏହି ଭଡା ବାବଦକୁ ମାସକୁ ୮ ଲକ୍ଷ ଟଙ୍କା ଦେଉଥିବା ଜଣାପଡିଛି। ଭିକି ମୁମ୍ବାଇର ଅନ୍ଧେରୀରେ ନିଜ ପରିବାର ସହ ରହୁଥିଲେ। କିନ୍ତୁ ବିବାହ ପରେ କାଟ୍ରିନାଙ୍କ ସହ ସେହି ଭଡା ଘରେ ରହିବେ ବୋଲି କୁହାଯାଉଛି। ପୂର୍ବରୁ ବିରୁଷ୍କା ଏହି ଆପାର୍ଟମେଣ୍ଟର ବାସିନ୍ଦା ହୋଇ ସାରିଥିବା ବେଳେ ଏବେ ଭିକି-କାଟ୍ରିନା ସେମାନଙ୍କ ପଡୋଶୀ ସାଜିବେ ବୋଲି ଚର୍ଚ୍ଚା ଚାଲିଛି। ଅନୁଷ୍କା ଓ ବିରାଟଙ୍କର ସେହି ଆପାର୍ଟମେଣ୍ଟରେ ୨ଟି ଫ୍ଲାଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri